ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଜଗଦୀପ ଧନଖଡ ପରବର୍ତ୍ତୀ ଉପରାଷ୍ଟ୍ରପତି

0

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଏନ୍‌ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି। ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଭୋଟ୍‌ରେ ପରାସ୍ତ କରିଛନ୍ତି।

ଉଲ୍ଲେଖଯୋଗ୍ୟ; ଧନଖଡ଼ଙ୍କୁ ଏନଡିଏ ପକ୍ଷରୁ ପ୍ରାର୍ଥୀ କରାଯାଇଥିବାବେଳେ ତାଙ୍କ ବିପକ୍ଷରେ ୟୁପିଏ ପକ୍ଷରୁ ଛିଡ଼ା ହୋଇଥିଲେ ମାର୍ଗାରେଟ ଆଲଭା । ନିର୍ବାଚନରେ ଧନଖଡ଼ ୫୨୮ଟି ଭୋଟ ପାଇଥିବାବେଳେ ଆଲଭା ୧୮୨ଟି ଭୋଟ ପାଇଥିଲେ । ୧୫ଟି ଭୋଟ ନାକଚ ହୋଇଯାଇଥିଲା । ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନର ରିଟର୍ଣ୍ଣିଂ ଅଫିସର ତଥା ଲୋକସଭା ମହାସଚିବ ଉତ୍ପଳ କୁମାର ସିଂ ନିର୍ବାଚନ ଫଳାଫଳ ଘୋଷଣା କରି ଧନଖଡ଼ଙ୍କୁ ବିଜୟୀ ଘୋଷଣା କରିଥିଲେ ।

ଶନିବାର ହୋଇଥିବା ନିର୍ବାଚନରେ ମୋଟ ୭୮୦ ସାଂସଦଙ୍କ ମଧ୍ୟରୁ ୭୨୫ ଜଣ ସାଂସଦ  ଭୋଟ ଦେଇଥିଲେ । ତୃଣମୂଳ କଂଗ୍ରେସର ମୋଟ ୩୯ ସାଂସଦଙ୍କ ମଧ୍ୟରୁ  ୩୭ ଜଣ ଭୋଟ ଦେଇନଥିଲେ ଓ ୨ ଜଣ ଭୋଟ ଦେଇଥିଲେ । ସେହିପରି ଶିବସେନା ଓ ସମାଜବାଦୀ ପାର୍ଟିର ୨ ଜଣ ଲେଖାଏଁ ସାଂସଦ ଓ ବିଏସପିର ଜଣେ ସାଂସଦ ଭୋଟ ଦେଇନଥିଲେ ।

୧୯୫୧ ମସିହାରେ ରାଜସ୍ଥାନର ଝୁନଝୁନରେ ଜନ୍ମଗ୍ରହଣ କରିଥିବା ଜଣେ ସୁପ୍ରିମକୋର୍ଟ ଓକିଲ ଭାବେ ନାଁ କମାଇଥିବା ଧନଖଡ଼ ୧୯୮୯ରୁ ୧୯୯୧ ପର୍ୟ୍ୟନ୍ତ ଲୋକସଭା ସାଂସଦ ଥିଲେ । ସେ ମଧ୍ୟ ୧୯୯୦ରେ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ୩୦ ଜୁଲାଇ ୨୦୧୯ରୁ ୧୮ ଜୁଲାଇ, ୨୦୨୨ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ରାଜ୍ୟପାଳ ଥିଲେ ।

Leave A Reply

Your email address will not be published.