ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଜଗଦୀପ ଧନଖଡ ପରବର୍ତ୍ତୀ ଉପରାଷ୍ଟ୍ରପତି

0

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଏନ୍‌ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି। ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଭୋଟ୍‌ରେ ପରାସ୍ତ କରିଛନ୍ତି।

ଉଲ୍ଲେଖଯୋଗ୍ୟ; ଧନଖଡ଼ଙ୍କୁ ଏନଡିଏ ପକ୍ଷରୁ ପ୍ରାର୍ଥୀ କରାଯାଇଥିବାବେଳେ ତାଙ୍କ ବିପକ୍ଷରେ ୟୁପିଏ ପକ୍ଷରୁ ଛିଡ଼ା ହୋଇଥିଲେ ମାର୍ଗାରେଟ ଆଲଭା । ନିର୍ବାଚନରେ ଧନଖଡ଼ ୫୨୮ଟି ଭୋଟ ପାଇଥିବାବେଳେ ଆଲଭା ୧୮୨ଟି ଭୋଟ ପାଇଥିଲେ । ୧୫ଟି ଭୋଟ ନାକଚ ହୋଇଯାଇଥିଲା । ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନର ରିଟର୍ଣ୍ଣିଂ ଅଫିସର ତଥା ଲୋକସଭା ମହାସଚିବ ଉତ୍ପଳ କୁମାର ସିଂ ନିର୍ବାଚନ ଫଳାଫଳ ଘୋଷଣା କରି ଧନଖଡ଼ଙ୍କୁ ବିଜୟୀ ଘୋଷଣା କରିଥିଲେ ।

ଶନିବାର ହୋଇଥିବା ନିର୍ବାଚନରେ ମୋଟ ୭୮୦ ସାଂସଦଙ୍କ ମଧ୍ୟରୁ ୭୨୫ ଜଣ ସାଂସଦ  ଭୋଟ ଦେଇଥିଲେ । ତୃଣମୂଳ କଂଗ୍ରେସର ମୋଟ ୩୯ ସାଂସଦଙ୍କ ମଧ୍ୟରୁ  ୩୭ ଜଣ ଭୋଟ ଦେଇନଥିଲେ ଓ ୨ ଜଣ ଭୋଟ ଦେଇଥିଲେ । ସେହିପରି ଶିବସେନା ଓ ସମାଜବାଦୀ ପାର୍ଟିର ୨ ଜଣ ଲେଖାଏଁ ସାଂସଦ ଓ ବିଏସପିର ଜଣେ ସାଂସଦ ଭୋଟ ଦେଇନଥିଲେ ।

୧୯୫୧ ମସିହାରେ ରାଜସ୍ଥାନର ଝୁନଝୁନରେ ଜନ୍ମଗ୍ରହଣ କରିଥିବା ଜଣେ ସୁପ୍ରିମକୋର୍ଟ ଓକିଲ ଭାବେ ନାଁ କମାଇଥିବା ଧନଖଡ଼ ୧୯୮୯ରୁ ୧୯୯୧ ପର୍ୟ୍ୟନ୍ତ ଲୋକସଭା ସାଂସଦ ଥିଲେ । ସେ ମଧ୍ୟ ୧୯୯୦ରେ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ୩୦ ଜୁଲାଇ ୨୦୧୯ରୁ ୧୮ ଜୁଲାଇ, ୨୦୨୨ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ରାଜ୍ୟପାଳ ଥିଲେ ।

Leave A Reply

Your email address will not be published.