ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

କିଏ ହେବ ଉପରାଷ୍ଟ୍ରପତି ?

0

ନୂଆଦିଲ୍ଲୀ: ଆଜି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ସଂସଦ ଭବନରେ ସକାଳ ୧୦ଟାରୁ ଭୋଟ୍ ଗ୍ରହଣ ଚାଲିଛି। ଅପରାହ୍ନ ୫ଟା ଯାଏ ଭୋଟ୍‌ ଗ୍ରହଣ ଚାଲିବ । ଏହାପରେ ଗଣତି କରାଯାଇ ଫଳାଫଳ ଘୋଷିତ ହେବ ।

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧିନ ଏନଡିଏ ଜଗଦୀପ ଧନଖଡ଼ଙ୍କୁ ପ୍ରାର୍ଥୀ କରିଥିବା ବେଳେ ମାର୍ଗାରେଟ୍ ଆଲଭାଙ୍କୁ ପ୍ରାର୍ଥୀ କରିଛି ୟୁପିଏ । ଉଭୟ ଉପରାଷ୍ଟ୍ରପତି ପ୍ରାର୍ଥୀ ବୃତ୍ତିରେ ଓକିଲ ହୋଇଥିବା ବେଳେ ପୂର୍ବରୁ ଉଭୟ କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଛନ୍ତି । ସଂସଦର ଉଭୟ ଗୃହର ନିର୍ବାଚିତ ଓ ମନୋନୀତ ସଦସ୍ୟଙ୍କୁ ମିଶାଇ ମୋଟ ୭୮୮ ଜଣ ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ସଂସଦ ଭବନରେ ପହଞ୍ଚି ଭୋଟ ଦେଇଛନ୍ତି  । ଏଥିସହ ବିଭିନ୍ନ ଦଳର ସାଂସଦମାନେ ବି ଆସି ନିଜ ମତାଧିକାର ସାବ୍ୟସ୍ତ କରୁଛନ୍ତି । ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ ହେବାକୁ ଯାଉଛି ।

ଚଳିତ ଉପରାଷ୍ଟ୍ରପତି ନିର୍ବାଚନରୁ ନିଜକୁ ଦୂରେଇ ରଖିଛି ଟିଏମ୍‌ସି। ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଭୋଟରୁ ଦୂରେଇ ରହିବ ବୋଲି ପୂର୍ବରୁ ଘୋଷଣା କରିଛି । ଟିଏମସିର ଲୋକସଭାରେ ୨୩ ଓ ରାଜ୍ୟସଭାରେ ୧୬ ସଦସ୍ୟ ରହିଛନ୍ତି । ଆଲଭାଙ୍କୁ କଂଗ୍ରେସ ସମେତ ଏନସିପି, ଆପ୍, ଟିଆରଏସ୍, ସିପିଆଇ, ସିପିଏମ୍, ଆରଜେଡି, ଡିଏମ୍କେ, ଏଡିଏମକେ, ଜେଏମଏମ୍, ଆରଏଲଡି ଭଳି ଦଳ ସମର୍ଥନ କରୁଛନ୍ତି । କିନ୍ତୁ ଆଲଭାଙ୍କ ପାଇଁ ଏହା ଯଥେଷ୍ଟ ହେବ ନାହିଁ ।ଏଣୁ ଜଗଦୀପ ବିଜୟୀ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.