ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କିଏ ହେବ ଉପରାଷ୍ଟ୍ରପତି ?

0

ନୂଆଦିଲ୍ଲୀ: ଆଜି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ସଂସଦ ଭବନରେ ସକାଳ ୧୦ଟାରୁ ଭୋଟ୍ ଗ୍ରହଣ ଚାଲିଛି। ଅପରାହ୍ନ ୫ଟା ଯାଏ ଭୋଟ୍‌ ଗ୍ରହଣ ଚାଲିବ । ଏହାପରେ ଗଣତି କରାଯାଇ ଫଳାଫଳ ଘୋଷିତ ହେବ ।

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧିନ ଏନଡିଏ ଜଗଦୀପ ଧନଖଡ଼ଙ୍କୁ ପ୍ରାର୍ଥୀ କରିଥିବା ବେଳେ ମାର୍ଗାରେଟ୍ ଆଲଭାଙ୍କୁ ପ୍ରାର୍ଥୀ କରିଛି ୟୁପିଏ । ଉଭୟ ଉପରାଷ୍ଟ୍ରପତି ପ୍ରାର୍ଥୀ ବୃତ୍ତିରେ ଓକିଲ ହୋଇଥିବା ବେଳେ ପୂର୍ବରୁ ଉଭୟ କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଛନ୍ତି । ସଂସଦର ଉଭୟ ଗୃହର ନିର୍ବାଚିତ ଓ ମନୋନୀତ ସଦସ୍ୟଙ୍କୁ ମିଶାଇ ମୋଟ ୭୮୮ ଜଣ ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ସଂସଦ ଭବନରେ ପହଞ୍ଚି ଭୋଟ ଦେଇଛନ୍ତି  । ଏଥିସହ ବିଭିନ୍ନ ଦଳର ସାଂସଦମାନେ ବି ଆସି ନିଜ ମତାଧିକାର ସାବ୍ୟସ୍ତ କରୁଛନ୍ତି । ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ ହେବାକୁ ଯାଉଛି ।

ଚଳିତ ଉପରାଷ୍ଟ୍ରପତି ନିର୍ବାଚନରୁ ନିଜକୁ ଦୂରେଇ ରଖିଛି ଟିଏମ୍‌ସି। ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଭୋଟରୁ ଦୂରେଇ ରହିବ ବୋଲି ପୂର୍ବରୁ ଘୋଷଣା କରିଛି । ଟିଏମସିର ଲୋକସଭାରେ ୨୩ ଓ ରାଜ୍ୟସଭାରେ ୧୬ ସଦସ୍ୟ ରହିଛନ୍ତି । ଆଲଭାଙ୍କୁ କଂଗ୍ରେସ ସମେତ ଏନସିପି, ଆପ୍, ଟିଆରଏସ୍, ସିପିଆଇ, ସିପିଏମ୍, ଆରଜେଡି, ଡିଏମ୍କେ, ଏଡିଏମକେ, ଜେଏମଏମ୍, ଆରଏଲଡି ଭଳି ଦଳ ସମର୍ଥନ କରୁଛନ୍ତି । କିନ୍ତୁ ଆଲଭାଙ୍କ ପାଇଁ ଏହା ଯଥେଷ୍ଟ ହେବ ନାହିଁ ।ଏଣୁ ଜଗଦୀପ ବିଜୟୀ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.