ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଢ଼ିଲା ଗୃହରକ୍ଷୀଙ୍କ ଭତ୍ତା

0

ଭୁବନେଶ୍ବର: ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ ଅପ୍ ଭତ୍ତା ରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି ।

ପୂର୍ବରୁ ଗୃହରକ୍ଷୀ ମାନଙ୍କୁ ଡ୍ୟୁଟି କଲ ଅପ୍ ଭତ୍ତା ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ବାରା ସେମାନଙ୍କୁ ଭତ୍ତା ମାସିକ ୧୨,୨୮୦ ଟଙ୍କା ମିଳିବ। ଏତଦ୍‌ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍‌ ମିଳିବ।

Leave A Reply

Your email address will not be published.