ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଉପ-ରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ

0

ନୂଆଦିଲ୍ଲୀ: ଦେଶର ୧୪ ତମ ଉପ-ରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ । ଭାରତର ଉପ-ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପ-ରାଷ୍ଟ୍ରପତି ଭେଙ୍କୟା ନାୟଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଉଲ୍ଲେଖଯୋଗ୍ୟ: ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଆଜି ଦେଶର ଉପ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ତାଙ୍କୁ ଆଜି ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛି। ଏଥିସହ ଧନଖଡ଼ ଦେଶର ଚତୁର୍ଦ୍ଦଶ ଉପ ରାଷ୍ଟ୍ରପତି ହୋଇଛନ୍ତି। ଉପ ରାଷ୍ଟ୍ରପତି ନିର୍ବାଚନର ଧନଖଡ଼ଙ୍କୁ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ କରିଥିଲା। ସେ ମଧ୍ୟ ବେଶ ସହଜରେ ବିରୋଧୀ ମେଣ୍ଟର ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଥିଲେ। ଅଗଷ୍ଟ ୬ରେ ସେ ଉପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ବେଳେ ଆଜି ଶପଥ ଗ୍ରହଣ କରିଛନ୍ତି।

ଧନଖଡ଼ଙ୍କ ଶପଥପାଠ ଉତ୍ସବ ପାଇଁ ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ଅନେକ କେନ୍ଦ୍ରମନ୍ତ୍ରୀ ଓ ବିରୋଧୀ ଦଳର ନେତାମାନେ ଶପଥପାଠ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ସେହପରି ବିଦାୟୀ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଲୋକସଭା ବାଚସ୍ପତି ଓମ ବିର୍ଲା ମଧ୍ୟ ଉପସ୍ଥିତ ରହିଥିଲେ।

୧୯୮୯ରେ ସେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଜନତା ଦଳ ଟିକେଟ୍‌ରେ ସେ ରାଜସ୍ଥାନର ଝୁନ୍‌ଝୁନୁ ଲୋକସଭା ଆସନରୁ ବିଜୟୀ ହୋଇଥିଲେ। ତାଙ୍କର ଏହି କାର୍ଯ୍ୟକାଳ ୧୯୮୯ରୁ ୧୯୯୧ ପର୍ଯ୍ୟନ୍ତ ରହିଥିଲା। ଏହା ମଧ୍ୟରେ ୧୯୯୦ରୁ ୧୯୯୧ ପର୍ଯ୍ୟନ୍ତ ସେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଚନ୍ଦ୍ର ଶେଖରଙ୍କ ମନ୍ତ୍ରିମଣ୍ଡଳରେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିବାର ଅଭିଜ୍ଞତା ତାଙ୍କ ପାଖରେ ରହିଛି।

୧୯୯୩ରେ ସେ କିଶନଗଡ଼ରୁ ରାଜସ୍ଥାନ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୩ରୁ ୧୯୯୮ ପର୍ଯ୍ୟନ୍ତ ସେ ବିଧାୟକ ରହିଥିଲେ। ଜନତା ଦଳ ଓ କଂଗ୍ରେସ ସହିତ ସଂଶ୍ଲୀଷ୍ଟ ଥିବା ଶ୍ରୀ ଧନଖଡ଼ ୨୦୦୮ରେ ବିଜେପିରେ ଯୋଗ ଦେଇଥିଲେ। ୨୦୧୯ରେ ତାଙ୍କୁ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ୨୦୨୨ରେ ଉପ ରାଷ୍ଟ୍ରପତି ପ୍ରାର୍ଥୀ ହେବାରୁ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ।

Leave A Reply

Your email address will not be published.