ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ତିନିଦିନିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ

0

ରାଉରକେଲା ସହରରେ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେବେ
•ଭାରତ ସରକାରଙ୍କ ତରଫରୁ ଆୟୋଜିତ ଆଜାଦୀ କା ଅମୃତ ମହୋତ୍ସବ ପ୍ରଦର୍ଶନୀର ଲୋକାର୍ପଣ କରିବେ
•ଚାମ୍ବର ଅଫ୍ କମର୍ସ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ
•ଅଗଷ୍ଟ ୧୪ରେ ଭୁବନେଶ୍ୱର ଠାରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ପରିପ୍ରେକ୍ଷୀରେ ରେଳ ବିଭାଗ ତରଫରୁ ଆୟୋଜିତ ପ୍ରଦର୍ଶନୀର ଉଦଘାଟନ କରିବେ
•ସନ୍ଧ୍ୟାରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ଅବସରରେ ନୀରବ ଶୋଭାଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା,ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତିନିଦିନିଆ ଓଡ଼ିଶା ଗସ୍ତ ଅଭିମୁଖେ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ଟ୍ରେନ୍ ଯୋଗେ ଭୁବନେଶ୍ୱର ରେଳ ଷ୍ଟେସନରୁ ରାଉରକେଲାକୁ ଯାତ୍ରା କରିଛନ୍ତି ।ଆସନ୍ତାକାଲି ଶ୍ରୀ ପ୍ରଧାନ ରାଉରକେଲା ରେଳ ଷ୍ଟେସନ ଠାରେ ପ୍ରଥମେ ଭାରତ ସରକାରଙ୍କ ତରଫରୁ ଆୟୋଜିତ ହର୍ ଘର୍ ତ୍ରିରଙ୍ଗା ଏବଂ ଆଜାଦୀ କା ଅମୃତ ମହୋତ୍ସବ ପ୍ରଦର୍ଶନୀର ଲୋକାର୍ପଣ କରିବେ ।

ପରେ ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ । ଏନଆଇଟି ରାଉରକେଲାରୁ ବାହାରିବା ପରେ ବିର୍ସା ମୁଣ୍ଡା ଛକରେ ଦଳ ପକ୍ଷରୁ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ । ଅପରାହ୍ଣରେ ଚାମ୍ବର ଭବନ ଠାରେ ରାଉରକେଲା ଚାମ୍ବର ଅଫ୍ କମର୍ସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଯିବେ । ପରବର୍ତ୍ତୀ ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସୁନ୍ଦରଗଡ଼ରେ ଅନୁଷ୍ଠିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବା ପରେ ସନ୍ଧ୍ୟାରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଆସନ୍ତା ୧୪ ତାରିଖରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ ଅବସରରେ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀର ଉଦଘାଟନ କରିବେ । ସନ୍ଧ୍ୟାରେ ଭୁବନେଶ୍ୱରରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ଅବସରରେ ନୀରବ ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.