ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଜି ମୟୁରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ ନବୀନ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ ଗସ୍ତରେ ଯିବେ । ଗସ୍ତକୁ ଆଖିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।ଆଜି କରଞ୍ଜିଆ ବ୍ଲକର ହାତୀବାରି ଠାରେ ଦେଓ ଜଳସେଚନ ଓ ରାସଗୋବିନ୍ଦପୁର ବ୍ଲକର ଟିକରପଡା ଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିବେ।

ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବହୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବେ । ଆଜି ଦିନ ୧୧ଟାରେ ଭୁବନଶ୍ୱରରୁ ହେଲିକପ୍ଟର ଯୋଗେ ବାହାରି କରଞ୍ଜିଆ ବ୍ଲକର ହାତିବାରୀର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବେ । ସେଠାରେ ଦେଓ ଜଳସେଚନ ସହ ଅନ୍ୟ କିଛି ପ୍ରକଳ୍ପର ଭିତିରପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ । ଏହାପରେ ଦିନ ୧୨ଟା ୧୫ ମିନିଟ ସମୟରେ ରାସଗୋବିନ୍ଦପୁର ଟିକରପଡାକୁ ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଶିଳାନ୍ୟାସ ଓ ଲୋକାର୍ପଣ କାର୍ଯ୍ୟକ୍ରମ ଶେଷ କରି ଦିନ ୧୨ଟା ୫୫ମିନିଟରେ ଭୁବନେଶ୍ୱର ଫେରି ଆସିବେ । ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତକୁ ରାଜନୈତିକ ମହଲରେ ଏହାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି ।

ବିଜେଡିର ଛାମୁଆ ନେତାମାନେ ବାରିପଦାରେ ପହଞ୍ଚି ସବୁ କାର୍ଯ୍ୟକ୍ରମ ତଦାରଖ କରୁଛନ୍ତି । ନବୀନଙ୍କ ବିକାଶମୂଳକ ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚାଇବା ସହ ଦ୍ରୌପଦୀ ମୁର୍ମୁଙ୍କୁ ନବୀନ କିପରି ତତ୍‌କାଳ ସହଯୋଗର ହାତ ବଢ଼ାଇଥିଲେ ତାହାକୁ ମଧ୍ୟ ପ୍ରଚାର କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୨୦ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବା ସହ ପୁଲିସ ଅଧିକାରୀ ମଧ୍ୟ କଡା ସୁରକ୍ଷା ଦାୟିତ୍ୱରେ ଅଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ କଂଗ୍ରେସ ଦଳର ୩୮ ଜଣ ନେତା ଓ କର୍ମୀଙ୍କୁ ପୁଲିସ ଅଟକ ରଖିଥିବା ଜଣାପଡିଛି।

Leave A Reply

Your email address will not be published.