ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ନବୀନଙ୍କ ହାତରେ ଲୋକାର୍ପିତ ହେଲା ‘ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ’

0
  • ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ
  • ଉଭୟ ପ୍ରକଳ୍ପରେ ୨୭ ହଜାର ହେକ୍ଟରରୁ ଅଧିକ ଜମିକୁ ମିଳିବ ଜଳସେଚନ ସୁବିଧା, ୨.୫ ଲକ୍ଷରୁ ଅଧିକ ଚାଷୀ ହେବେ ଉପକୃତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ଜଳସେଚନ ପ୍ରକଳ୍ପ – ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ – ଲୋକାର୍ପିତ କରିଛନ୍ତି । ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଆଜି ମୟୁରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି । ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିତେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ ।

ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏହାଦ୍ବାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏତିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ। ଏହାଦ୍ବାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି ।

ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକ୍‌ର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି । କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ବାସ ବୃଦ୍ଧି କରିଛି । ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ବସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ସେ କହିଥିଲେ ।

ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସାରା ଭାରତରେ ମୟୁରଭଞ୍ଜର ଏକ ସ୍ବତନ୍ତ୍ର ପରିଚୟ ରହିଛି । ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଥିଲେ ।ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ବୋଲି ମତ ଦେଇ ସେ କହିଲେ ଯେ ରାଜ୍ୟର ବିକାଶର ମୟୁରଭଞ୍ଜର ସ୍ବତନ୍ତ୍ର ଅବଦାନ ରହିଛି । ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର, ମୋରଡା ବିଧାୟକ ଶ୍ରୀ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ଶ୍ରୀ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୁରଭଞ୍ଜର ଚାଷୀ ମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ବ ବିଷୟରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରି ଓଡିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ସେମାନେ ମତ ଦେଇଥିଲେ।

Leave A Reply

Your email address will not be published.