ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ ମିଆଁମାର ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ରେ ପରିଣତ ହେବା ସହ ପରବର୍ତ୍ତୀ ୨୪ ଘଣ୍ଟା ରେ ଅଧିକ ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ/ ଡିପ୍ରେଶନ୍ ରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବାର ସମ୍ଭାବନା ରହିଛି। ରାଜ୍ୟ ରେ ମୌସୁମୀ ବାୟୁ ସକ୍ରିୟ ରହିଛି।
ପ୍ରଭାବ ରେ ଆଜି ଠାରୁ ୧୫ ତାରିଖ ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ୧୩-୧୪ ତାରିଖ ରେ ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତସିଂପୁର, କେନ୍ଦ୍ରାପଡ଼ା , ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେଉଁଝର, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୩-୧୪ ରେ ରାଜ୍ୟ ର ଅଧିକାଂଶ ସ୍ଥାନ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, କଟକ, କନ୍ଧମାଳ, ଯାଜପୁର , ଢେଙ୍କାନାଳ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

୧୪ ତାରିଖ ରେ ଆଭ୍ୟନ୍ତର ଓଡ଼ିଶା ର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ସହ ନବରଙ୍ଗପୁର, ନୂଆପଡ଼ା,ବଲାଙ୍ଗୀର , କଳାହାଣ୍ଡି ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ସେମି+) ବର୍ଷା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବ ରେ ଆସନ୍ତା ୧୫ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ ତେଣୁ ଏହି ସମୟ ରେ ସମୁଦ୍ର କୁ ଯିବା ମନା । ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବ ରେ ରାଜ୍ୟ ର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ପାଣି ଜମି ରହିବା ସହ ବିଭିନ୍ନ ନଦୀ ରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ସାର୍ଥକ ମିଶ୍ର

Leave A Reply

Your email address will not be published.