ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ମହାନଦୀରେ ହୋଇପାରେ ବନ୍ୟା

0

ଭୁବନେଶ୍ବର: ଯଦି ଉପର ମୁଣ୍ଡରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ମଧ୍ୟ ଏହି ଭଳି ବର୍ଷା ଜାରି ରୁହେ ତେବେ ମହାନଦୀରେ ସ୍ୱଳ୍ପଧରଣର ବନ୍ୟା ସୃଷ୍ଟି ହୋଇପାରେ । ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି । ସେହିଭଳି ଆସନ୍ତାକାଲି ସକାଳ ୮ ଟା ବେଳେ ମୁଣ୍ଡଳୀଦେଇ ୬ ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବା ନେଇ ସୂଚନା ମିଳିଛି ।

ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ଛତିଶଗଡ଼ରେ ପ୍ରବଳବର୍ଷା ହେଉଥିବାରୁ ତାଙ୍କର ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ହୀରାକୁଦର ଅଧିକ ଗେଟ ଖୋଲିବା ନେଇ ଚାପ ପକାଉଛନ୍ତି । ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୪ଟି ଗେଟ ଖୋଲାଯାଇଥିବା ବେଳେ ଆଗକୁ ଏହା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ସେହିପରି ବୈତରଣୀ ଓ ଜଳକା ନଦୀରେ ଜଳସ୍ତର ବଢିବାରେ ଲାଗିଛି । ସ୍ଥିତି ଉପରେ ନଜର ରଖାଯାଇଛି । ସରକାରଙ୍କ ପକ୍ଷରୁ ସମସ୍ତଙ୍କ ଛୁଟି ବାତିଲ କରାଯାଇ ଆଲର୍ଟରେ ରଖାଯାଇଛି । ଦୁର୍ବଳ ନଦୀ ବନ୍ଧ ଉପରେ କଡାକଡିଭାବେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.