ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଫୁଲୁଛି ମହାନଦୀ, ବୈତରଣୀ, ଜଳକା

0

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଉ ୧୪ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେଇପାରେ। ତେବେ ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି। ଏପଟେ ଲାଗି ରହିଥିବା ବର୍ଷା କାରଣରୁ ବିଭିନ୍ନ ନଦୀର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ସରକାରୀ ତଥ୍ୟ ମୁତାବକ, ଜଳକା ନଦୀ ମଥାନୀ ଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ଜଳପତ୍ତନ ୬.୦୨ ମିଟର ରହିଛି ଓ ବଢିବାରେ ଲାଗିଛି। ସେହିଭଳି ବୈତରଣୀ ନଦୀ ଫୁଲୁଛି। ଆଖୁିଆପଦାଠାରେ ନଦୀ ବିପଦ ସଙ୍କେତ ପାଖାପାଖି ପ୍ରବାହିତ ହେଉଛ ଓ ବଢ଼ୁଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ନଦୀ ୧୭.୬୯ ମିଟରରେ ପ୍ରବାହିତ ହେଉଛି।

ଅନ୍ୟପକ୍ଷରେ ହୀରାକୁଦରେ ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦରେ ଜଳପତ୍ତନ ୬୧୬.୯୧ ଫୁଟ ରହିଛି ଓ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪ଲକ୍ଷ ୩୫ ହଜାର ୩୦୩ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ସମାନ ସମୟରେ ୨୪ଟି ଗେଟ୍ ଦେଇ ୩ଲକ୍ଷ ୪୯ ହଜାର ୪୯୮ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି। ସର୍ବଶେଷ ସୂଚନା ଅନୁସାରେ, ଖଇରମାଳ ଠାରେ ସେକେଣ୍ଡ ପ୍ରତି ୫ଲକ୍ଷ ୨୦ ହଜାର କ୍ୟୁସେକ୍ ଜଳ ପ୍ରବାହିତ ହେଉଥିବା ବେଳେ ବରମୂଳରେ ଏହା ୩ଲକ୍ଷ ୫୬ ହଜାର ୮୭୫ ରହିଛି। ମୁଣ୍ଡୁଳି ଠାରେ ଜଳପତ୍ତନ ସେକେଣ୍ଡ ପ୍ରତି ୨ଲକ୍ଷ ୭୮ ହଜାର ୭୦୦ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି।

Leave A Reply

Your email address will not be published.