ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ବନ୍ୟା କ୍ଷତିଗ୍ରସ୍ତଙ୍କୁ ୧୫ ଦିନ ଭିତରେ ସହାୟତା ଘୋଷଣା

0
  • ଆକାଶ ମାର୍ଗ ରୁ ମୁଖ୍ୟମନ୍ତ୍ରୀ ଙ୍କ ବନ୍ୟାଞ୍ଚଳ ପରିଦର୍ଶନ
  • କ୍ଷତିଗ୍ରସ୍ତ ଅଞ୍ଚଳ ରେ ପନ୍ଦର ଦିନ ପାଇଁ ରିଲିଫ ସହାୟତା ଘୋଷଣା.
  • ପାଣି ଛାଡିବାର ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ, ପନ୍ଦର ଦିନ ରେ ସହାୟତା ଯୋଗାଇବାକୁ ନିର୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି। ଖୁରୁଧା , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କ ରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି।

Leave A Reply

Your email address will not be published.