ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଘୁଞ୍ଚିଲା ଏସ୍ଓ ପରୀକ୍ଷା

0

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଥିବା ବନ୍ୟା ବିତ୍ପାତ ପାଇଁ ଆସନ୍ତା ୨୧ ତାରିଖରେ ହେବାକୁ ଥିବା ASO ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।ପରୀକ୍ଷା ଘୁଞ୍ଚିବା ନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଏହି ପରୀକ୍ଷା ନିମନ୍ତେ ନୂଆ ତାରିଖ ଘୋଷଣା କରାଯାଇ ନାହିଁ।

ସୂଚନାଥାଉକି, ଅଗଷ୍ଟ ୨୧ ତାରିଖ ରବିବାର ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ନିମନ୍ତେ ଦିନ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଓପିଏସସି ବିଜ୍ଞପ୍ତିରେ ଅନୁସାରେ,  ରାଜ୍ୟରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ  ASO ଲିଖିତ ପରୀକ୍ଷା ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ନୂଆ ତାରିଖ ଖୁବଶୀଘ୍ର ଘୋଷଣା ହେବ ବୋଲି ସୂଚନା ଦିଆଯାଇଛି । ASO ଲିଖିତ ପରୀକ୍ଷା ଦେବାକୁ ଆଶାୟୀ ଥିବା ବହୁ ଛାତ୍ରଛାତ୍ରୀ ବନ୍ୟା ଘେରରେ ଥିବାରୁ ସେମାନଙ୍କ ସୁବିଧା ନିମନ୍ତେ ଏହି ପଦକ୍ଷେପ ନିଆଯାଇଛି ।

Leave A Reply

Your email address will not be published.