ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଗୁଡୁଛି ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା

0

ମୁମ୍ବାଇ: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟବାସ୍ଥା ପୂର୍ବଠାରୁ ଅଧିକ ଖରାପ ହେବାରେ ଲାଗିଛି । ତାଙ୍କ ବ୍ରେନ ପାଖା ପାଖି ଡେଡ୍ ସ୍ଥିତିରେ ରହିଛି । ଏନେଇ ରାଜୁଙ୍କ ମୁଖ୍ୟ ପରାମର୍ଶଦାତା ଅଜିତ ସକ୍ସେନା ସୂଚନା ଦେଇଛନ୍ତି ଏବଂ କହିଛନ୍ତି, ରାଜୁ ଶ୍ରୀବାସ୍ତବଙ୍କୁ ଚିକିତ୍ସା କରୁଥିବା ଏମ୍ସ ଡାକ୍ତରମାନେ କହିଛନ୍ତି କି, ରାଜୁଙ୍କ ବ୍ରେନ ଡେଡ୍ ଅବସ୍ଥାରେ ରହିଛି । ଏହାସହ ରାଜୁଙ୍କ ହାର୍ଟରେ ବି ଅନେକ ଅସୁବିଧା ରହିଛି। ଏବେ କେବଳ ଭଗବାନ ଭରଶା ।

ଉଲ୍ଲେଖଯୋଗ୍ୟ; ଅଗଷ୍ଟ ୧୦ ତାରିଖରେ ରାଜୁ ଶ୍ରୀବାସ୍ତବ ଦିଲ୍ଲୀର ଏକ ଜିମ ସେଣ୍ଟରରେ ଅଭ୍ୟାସ କରୁଥିବା ବେଳେ ହଠାତ୍ ଅସୁସ୍ଥ ହୋଇପଡିଥିଲେ । ଏହାପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା  । ଦୀର୍ଘ ୮ ଦିନ ଧରି ରାଜୁଙ୍କର ଚିକିତ୍ସା ଚାଲିଛି । ଗୁୁରୁବାର ସକାଳେ ରାଜୁ ଶ୍ରୀବାସ୍ତଙ୍କୁ ଭେଟିବା ପରେ ଅଭିନେତା ଶେଖର ସୁମନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ସୂଚନା ଦେଇଥିଲେ । ସେ କହିଥିଲେ କି ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ସେପଟେ ରାଜୁଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ସୂଚନା ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାଜୁଙ୍କ ପରିବାର ସହ ଫୋନରେ କଥା ହୋଇଥିଲେ । ସେ ରାଜୁଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ତାଙ୍କ ବ୍ୟତୀତ ରକ୍ଷାମନ୍ତ୍ରୀ ରାଜନାଥ ସିଂ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଅନେକ ନେତା ଓ ମନ୍ତ୍ରୀ ରାଜୁଙ୍କ ପରିବାର ସହ କଥା ହୋଇ ସମବେଦନା ଜଣାଇଥିଲେ ।

Leave A Reply

Your email address will not be published.