ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ

ମା’ ହେଲେ ଅଭିନେତ୍ରୀ ସୋନମ

0

ମୁମ୍ବାଇ: ଆଜି ବଲିଉଡ ଅଭିନେତ୍ରୀ ସୋନମ କପୁର ପୁତ୍ର ସନ୍ତାନର ଜନନୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ନିଜେ ସୋନମ କପୁର ଇନଷ୍ଟାଗ୍ରାମରେ ଏହି ଖୁସି ଖବରକୁ ଗୋଟିଏ ପୋଷ୍ଟ ମାଧ୍ୟମରେ ତାଙ୍କ ଫ୍ୟାନ ଓ ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ଏବେ ଉଭୟ ମା’ ଓ ପୁଅ ସୁସ୍ଥ ରହିଛନ୍ତି।

ସୋନମ ଓ ତାଙ୍କ ସ୍ୱାମୀ ଆନନ୍ଦ ଆହୁଜା ମିଳିତ ଭାବେ ଜାରି କରିଥିବା ବିବୃତିରେ କହିଛନ୍ତି, ଆଜି ଅର୍ଥାତ ୨୦.୦୮.୨୦୨୨ରେ ଆମେ ଆମର ସୁନ୍ଦର ପୁତ୍ର ସନ୍ତାନକୁ ସହୃଦୟର ସହ ସ୍ୱାଗତ କରିଛୁ। ଏହି ଯାତ୍ରାରେ ଆମକୁ ସହଯୋଗ କରିଥିବା ସମସ୍ତ ଡାକ୍ତର, ନର୍ସ, ବନ୍ଧୁ ଓ ପରିବାର ଲୋକଙ୍କୁ ଧନ୍ୟବାଦ ଜଣାଉଛୁ। ଏହା ଆରମ୍ଭ ମାତ୍ର। କିନ୍ତୁ ଆମେ ଜାଣିଛୁ ଆମ ଜୀବନ ସବୁଦିନ ପାଇଁ ବଦଳି ଯାଇଛି ବୋଲି ଉଭୟ କହିଛନ୍ତି।

ସୂଚନାଥାଉକି; ସୋନମ ଓ ଆନନ୍ଦ ବେଶ କିଛି ବର୍ଷ ପରସ୍ପରକୁ ଡେଟିଂ କରିବା ପରେ ୨୦୧୮ ମେ’ ମାସରେ ବିବାହ କରିଥିଲେ। ମୁମ୍ବାଇରେ ସେମାନଙ୍କ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୋନମ ବଲିଉଡ ସୁପରଷ୍ଟାର ଅନୀଲ କପୁରଙ୍କ ଝିଅ। ଆନନ୍ଦ ଜଣେ ବ୍ୟବସାୟୀ।

Leave A Reply

Your email address will not be published.