ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମା’ ହେଲେ ଅଭିନେତ୍ରୀ ସୋନମ

0

ମୁମ୍ବାଇ: ଆଜି ବଲିଉଡ ଅଭିନେତ୍ରୀ ସୋନମ କପୁର ପୁତ୍ର ସନ୍ତାନର ଜନନୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ନିଜେ ସୋନମ କପୁର ଇନଷ୍ଟାଗ୍ରାମରେ ଏହି ଖୁସି ଖବରକୁ ଗୋଟିଏ ପୋଷ୍ଟ ମାଧ୍ୟମରେ ତାଙ୍କ ଫ୍ୟାନ ଓ ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ଏବେ ଉଭୟ ମା’ ଓ ପୁଅ ସୁସ୍ଥ ରହିଛନ୍ତି।

ସୋନମ ଓ ତାଙ୍କ ସ୍ୱାମୀ ଆନନ୍ଦ ଆହୁଜା ମିଳିତ ଭାବେ ଜାରି କରିଥିବା ବିବୃତିରେ କହିଛନ୍ତି, ଆଜି ଅର୍ଥାତ ୨୦.୦୮.୨୦୨୨ରେ ଆମେ ଆମର ସୁନ୍ଦର ପୁତ୍ର ସନ୍ତାନକୁ ସହୃଦୟର ସହ ସ୍ୱାଗତ କରିଛୁ। ଏହି ଯାତ୍ରାରେ ଆମକୁ ସହଯୋଗ କରିଥିବା ସମସ୍ତ ଡାକ୍ତର, ନର୍ସ, ବନ୍ଧୁ ଓ ପରିବାର ଲୋକଙ୍କୁ ଧନ୍ୟବାଦ ଜଣାଉଛୁ। ଏହା ଆରମ୍ଭ ମାତ୍ର। କିନ୍ତୁ ଆମେ ଜାଣିଛୁ ଆମ ଜୀବନ ସବୁଦିନ ପାଇଁ ବଦଳି ଯାଇଛି ବୋଲି ଉଭୟ କହିଛନ୍ତି।

ସୂଚନାଥାଉକି; ସୋନମ ଓ ଆନନ୍ଦ ବେଶ କିଛି ବର୍ଷ ପରସ୍ପରକୁ ଡେଟିଂ କରିବା ପରେ ୨୦୧୮ ମେ’ ମାସରେ ବିବାହ କରିଥିଲେ। ମୁମ୍ବାଇରେ ସେମାନଙ୍କ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୋନମ ବଲିଉଡ ସୁପରଷ୍ଟାର ଅନୀଲ କପୁରଙ୍କ ଝିଅ। ଆନନ୍ଦ ଜଣେ ବ୍ୟବସାୟୀ।

Leave A Reply

Your email address will not be published.