ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଗତ କାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ମିଆଁମାର ଉପକୂଳ ରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳ ଉପରେ ରହିଛି । ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ର ଅଧିକାଂଶ ସ୍ଥାନ ରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ କିଛି ଅଞ୍ଚଳ ରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେଉଁଝର ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର,କଟକ, ଯାଜପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ସୁବର୍ଣ୍ଣ ରେଖା, ବୁଢ଼ାବଳଙ୍ଗ, ବୈତରିଣୀ ନଦୀ ରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଆସନ୍ତା କାଲି ଓଡ଼ିଶା ର ଅଧିକାଂଶ ସ୍ଥାନ ରେ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତର ଓଡ଼ିଶା ର ବିଭିନ୍ନ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪୮ ଘଣ୍ଟା ପରେ ରାଜ୍ୟ ରେ ବର୍ଷା ପରିମାଣ ହ୍ରାସ ପାଇବ । ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି।

ସାର୍ଥକ ମିଶ୍ର

Leave A Reply

Your email address will not be published.