ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଗତ କାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ମିଆଁମାର ଉପକୂଳ ରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳ ଉପରେ ରହିଛି । ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ର ଅଧିକାଂଶ ସ୍ଥାନ ରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ କିଛି ଅଞ୍ଚଳ ରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେଉଁଝର ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର,କଟକ, ଯାଜପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ସୁବର୍ଣ୍ଣ ରେଖା, ବୁଢ଼ାବଳଙ୍ଗ, ବୈତରିଣୀ ନଦୀ ରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଆସନ୍ତା କାଲି ଓଡ଼ିଶା ର ଅଧିକାଂଶ ସ୍ଥାନ ରେ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତର ଓଡ଼ିଶା ର ବିଭିନ୍ନ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪୮ ଘଣ୍ଟା ପରେ ରାଜ୍ୟ ରେ ବର୍ଷା ପରିମାଣ ହ୍ରାସ ପାଇବ । ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି।

ସାର୍ଥକ ମିଶ୍ର

Leave A Reply

Your email address will not be published.