ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ଆଜି ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ତରଫରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଏଥିସହ ସେ ପୂର୍ବପରି ଗ୍ରୀଡକୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଡ. ଅରବିନ୍ଦ ପାଢ଼ୀ ଅତିରିକ୍ତ ଭାବେ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ। ସେହିଭଳି ସୁରେଶ କୁମାର ବିଶିଷ୍ଠଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦର ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଆଇଏଏସ ଶୁଭା ଶର୍ମାଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ସଚିବ ଦାୟୀତ୍ୱ ମିଳିଛି ।

ଅନ୍ୟପଟେ ଭାସ୍କର ଜ୍ୟୋତି ଶର୍ମା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଚିବ ହୋଇଥିବା ବେଳେ ଶାଳିନୀ ପଣ୍ଡିତଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗର ସଚିବ ପଦ ମିଳିଛି । ଅନ୍ୟପଟେ ଗୁହାପୁନମ ତାପସ କୁମାର ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ପଦ ଓ ବୃନ୍ଦା ଡିଙ୍କୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ପଦ ମିଳିଛି । ଏହାସହ ସଂଜୟ କୁମାର ମିଶ୍ର ଓପିଟିସିଏଲର ପରିଚାଳନା ନିର୍ଦ୍ଦେଶକ ପଦ ପାଇଛନ୍ତି ଓ ସରୋଜ କୁମାର ମିଶ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ପଦ ମିଳିଛି ।

‌ରାଜ୍ୟ ସରକାର ଜାତୀୟ ସ୍ବାସ୍ଥ୍ୟ ମିଶନରେ ମିଶନ ନିର୍ଦ୍ଦେଶିକା ଭାବେ ଓଏସ୍‌ଏମ୍‌ସିଏଲ୍‌ର ପରିଚାଳନା ନିର୍ଦ୍ଦେଶିକା ଡ. ବୃନ୍ଦା ଡି’ଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେହିପରି ବାଣିଜ୍ୟ ଓ ପରିବହନ ବିଭାଗରେ ସ୍ବତନ୍ତ୍ର ସଚିବ ସଂଜୟ କୁମାର ମିଶ୍ରଙ୍କୁ ଓପିଟିସିଏଲ୍‌ରେ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ସରୋଜ କୁମାର ମିଶ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ ‌ହୋଇଛନ୍ତି।

Leave A Reply

Your email address will not be published.