ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆସୁଛି ଆଉ ଏକ ଲଘୁଚାପ

0
  • ୧୮-୨୩ ଯାଏଁ ରାଜ୍ୟ ର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା।
  • ୧୯-୨୧ ବର୍ଷା ର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ।
  • ଉପକୂଳ ଓ ଆଭ୍ୟନ୍ତର ରେ ପ୍ରବଳ ବର୍ଷା ସମ୍ଭାବନା।

ଭୁବନେଶ୍ବର; ୧୮ ରେ ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରେ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ରେ ଅଧିକ ଘନୀଭୂତ ହୋଇ ଲଘୁଚାପ ରେ ପରିଣତ ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ରେ ଅଧିକ ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ/ ଡିପ୍ରେଶନ୍ ରେ ପରିଣତ ହୋଇପାରେ ।

ପ୍ରଭାବ ରେ ଆସନ୍ତା ୧୮ ରୁ ପୁଣି ବର୍ଷା ବଢିବ। ପ୍ରଥମେ ଉପକୂଳ ଓଡ଼ିଶା ର ବିଭିନ୍ନ ଜିଲ୍ଲା ରେ ବର୍ଷା ହେବ। ୧୮ ଅପରାହ୍ନ ପରେ ଦକ୍ଷିଣ ଉପକୂଳ ଓଡ଼ିଶା ଓ ତତ୍ ସଂଲଗ୍ନ ଜିଲ୍ଲା ରେ ବର୍ଷା ର ବିସ୍ତୃତି ବୃଦ୍ଧି ପାଇବ। ଗଞ୍ଜାମ, ଗଜପତି , ପୁରୀ, ଖୋର୍ଦ୍ଧା, ଜଗତସିଂହପୁର,କଟକ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୧୯-୨୧ ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ର ପ୍ରଭାବ ରହିବ । ଏହି ସମୟରେ ସମ୍ପୂର୍ଣ ରାଜ୍ୟ ରେ ବର୍ଷା ର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୨୦ ରେ ଉପକୂଳ ଓଡ଼ିଶା ର କିଛି ଅଞ୍ଚଳ ଓ ଅଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ ଅପରାହ୍ନ ରୁ ଆଭ୍ୟନ୍ତର ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୩ ତାରିଖ ଯାଏଁ ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବ ରେ ରାଜ୍ୟ ରେ ଭଲ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର କିଛି ଅଞ୍ଚଳ ରେ ବଜ୍ରପାତ, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।
ପୂର୍ବାନୁମାନ- ସାର୍ଥକ ମିଶ୍ର

Leave A Reply

Your email address will not be published.