ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପରଲୋକରେ ବିଧାୟକ ବିଷ୍ଣୁ ସେଠୀ

0

ଭୁବନେଶ୍ୱର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଛି। ଆଜି ସକାଳ ୭ଟା ୪୫ ମିନିଟ ସମୟରେ ତାଙ୍କର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନି ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଦିନ ୧୨ ଟାରେ ବିଷ୍ଣୁ ସେଠୀଙ୍କ ପାର୍ଥିବ ଶରୀର ଏମ୍ସ ରୁ ବାହାରିବ ବୋଲି ସୂଚନା ମିଳିଛି। ତାପରେ ବିଧାନସଭା ଆଉ ପରେ ବିଜେପି ପାର୍ଟି ଅଫିସକୁ ଯିବ ବୋଲି ଜଣାଯାଇଛି।

ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ହେବ ବର୍ଷେ ହେଲା କିଡନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ନିୟମିତ ଡାଇଲିସିସ୍ ଚାଲିଥିଲା। ତେବେ ମାସକ ତଳେ ତାଙ୍କର ଲଙ୍ଗ୍ସ ସଂକ୍ରମଣ ଓ ବ୍ରେନ୍ ଷ୍ଟ୍ରୋକ୍ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କ ଦେହାନ୍ତ ହୋଇଛି ।ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଆଜି ସକାଳେ ତାଙ୍କର ହୃଦଘାତ ହୋଇଥିଲା। ଏହାପରେ ପ୍ରାୟ ୭ଟା ୪୫ ମିନିଟ୍‌ରେ ଆଖି ବୁଜିଛନ୍ତି ବିଜେପିର ଏହି ପୁରୁଖା ନେତା।  ଏନେଇ ଏମ୍ସର ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଭାସ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି। ବିଷ୍ଣୁ ସେଠୀଙ୍କ ପତ୍ନୀଙ୍କ ସମେତ ପୁଅ ଓ ଝିଅ ଅଛନ୍ତି ।

ଭଦ୍ରକ ଜିଲ୍ଲାର ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଗତ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସେ ୨୦୦୦ରେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବିଧାୟକ ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ବିଜେପିର ଜଣେ ବଡ଼ ନେତା  ଏବଂ ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ପରିଚିତ ଥିଲେ ସେ। କେବଳ ଜଣେ ରାଜନେତା ନ ଥିଲେ, ବରଂ ସେ ଜଣେ ସାହିତ୍ୟିକ ଭାବେ ବି ବେଶ ପରିଚିତ। ଜଣେ ମେଳାପୀ ଓ ସାଲିସବିହୀନ ବ୍ୟକ୍ତି ଭାବେ ସେ ଖୁବ୍ ଜଣାଶୁଣା ଥିଲେ। ସେ ଘାସଫୁଲ ସାହିତ୍ୟ ପତ୍ରିକାର ସଂପାଦକ ବି ଥିଲେ। ‌ସେ କାଜୁ ନିଗମର ଅଧ୍ୟକ୍ଷ ବି ଥିଲେ।

Leave A Reply

Your email address will not be published.