ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ

0

ଭୁବନେଶ୍ବର: ଘୂର୍ଣ୍ଣିବଳୟର ପ୍ରଭାବରେ ଉପକୂଳ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଏହା ସହ ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ । ସାଧାରଣତଃ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଣୁ ଏସବୁ ଜିଲ୍ଲା ପାଇଁ ବି ଅରେଞ୍ଜ ୱାର୍ଣ୍ଣିଂ ଜାରି ହେବା ସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ଭାରୀ ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ତଥା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ବର୍ଷାର ପରିମାଣ ଆହୁରି ବଢିପାରେ । ୨୧ ତାରିଖ ଯାଏଁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୨୨ରୁ ବର୍ଷା କମିବ ।

Leave A Reply

Your email address will not be published.