ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

0
  • ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି
  • ପିଚ୍ଛିଲା ଭାବେ ଜାନୁଆରୀ ୨୦୨୨ରୁ ଲାଗୁ ହେବ

ଭୁବନେଶ୍ବର; ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।କର୍ମଚାରୀ ଓ ପେନସନ ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ।

Leave A Reply

Your email address will not be published.