ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଦିଲ୍ଲୀପ ତିର୍କୀ ହେଲେ ହକି ଇଣ୍ଡିଆ ସଭାପତି

0

ଭୁବନେଶ୍ୱର: ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ଦିଲ୍ଲୀପ ତିର୍କୀ । ନିର୍ଦ୍ୱନ୍ଦ୍ୱରେ ସେ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହୋଇଛନ୍ତି। ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହେବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ।ହକି ଇଣ୍ଡିଆର ସଭାପତି ପଦ ପାଇଁ ୩ ଜଣ ନାମାଙ୍କନ ଦାଖଲ କରିଥିଲେ।ସେମାନେ ହେଉଛନ୍ତି ଉତ୍ତର ପ୍ରଦେଶ ହକି ସଂଘ ମୁଖ୍ୟ ରାକେଶ କଟୟାଲ ଓ ଝାଡ଼ଖଣ୍ଡ ହକି ସଂଘ ମୁଖ୍ୟ ଭୋଳା ନାଥ ସିଂହ। ତେବେ ଦିଲ୍ଲୀପଙ୍କୁ ସମର୍ଥନ କରି ଉଭୟ ରାକେଶ ଓ ଭୋଳା ନାଥ ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ନେଇଥିଲେ।

ସୂଚନାଯୋଗ୍ୟ; ଦେଶ ପାଇଁ ୪୧୨ଟି ମ୍ୟାଚ୍ ଖେଳିଛନ୍ତି ଦିଲ୍ଲୀପ ତିର୍କୀ। ସେ ଭାରତୀୟ ହକି ଟିମ୍‌ର ଅଧିନାୟକ ମଧ୍ୟ ରହିଥିଲେ। ସେ ୧୯୯୫ରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ସେ ତାଙ୍କ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍ ଇଂଲଣ୍ଡ ବିପକ୍ଷରେ ଖେଳିଥିଲେ। ଦିଲ୍ଲୀପ ତିନିଟି ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ସେ ୧୯୯୬ର ଆଣ୍ଟଲାଣ୍ଟା ଅଲିମ୍ପିକ୍ସ ସହିତ ୨୦୦୦ର ସିଡ୍‌ନୀ ଓ ୨୦୦୪ର ଏଥେନ୍ସ ଅଲିମ୍ପିକ୍ସ ଖେଳିଛନ୍ତି। ସେ ୨୦୧୦ରେ ଅନ୍ତଜାର୍ତୀୟ ହକିରୁ ଅବସର ନେଇଥିଲେ। ୨୦୧୨ରେ ଦିଲ୍ଲୀପ ବିଜୁ ଜନତା ଦଳ ଟିକେଟ୍‌ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।

Leave A Reply

Your email address will not be published.