ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ନେତାଙ୍କୁ ମିଳିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ

0

ଭୁବନେଶ୍ବର: ରାଜ୍ୟ ସରକାର ଜିଲ୍ଲା ଯୋଜନା କମିଟିଗୁଡ଼ିକର ପୁର୍ନଗଠନ କରିଛନ୍ତି। ବିଧାୟକ ଓ ମନ୍ତ୍ରୀଙ୍କୁ ସମସ୍ତ ୩୦ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ସରକାର ଦଳୀୟ  ସଙ୍ଗଠନକୁ ସୁହାଇଲା ଭଳି  ବିଧାୟକ ଓ ମନ୍ତ୍ରୀଙ୍କୁ ଏହି ନିଯୁକ୍ତି ଦେଇଛନ୍ତି।

ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ ଜିଳ୍ଲ ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଥିବା ବେଳେ ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୁଜାରୀଙ୍କୁ ବଲାଙ୍ଗୀର, ବରଗଡ଼ ବିଧ‌ାୟକ ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ଭଦ୍ରକ, କଣ୍ଟାମାଳ ବିଧାୟକ ମହିଧର ରାଣାଙ୍କୁ ବୌଦ୍ଧ, ନିଆଳି ବିଧାୟକ ପ୍ରମୋଦ କୁମାର ମଲିକଙ୍କୁ କଟକ, ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କୁ ଦେବଗଡ଼,  ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ରମ୍‌ଙ୍କୁ ଢେଙ୍କାନାଳ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଗଜପତି, ପୂର୍ତ୍ତ, ଖଣି ଏବଂ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗଞ୍ଜାମ, ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକଙ୍କୁ ଜଗତ୍‌ସିଂହପୁର, ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶଙ୍କୁ ଯାଜପୁର, ଗ୍ର‌ାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଝାରସୁଗୁଡ଼ା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି, ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ କନ୍ଧମାଳ, କୃଷି, ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କେନ୍ଦ୍ରାପଡ଼ା, ପାଟଣା ବିଧାୟକ ଜଗନ୍ନାଥ ନାୟକଙ୍କୁ କେନ୍ଦୁଝର, ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କୁ ଖୋର୍ଦ୍ଧା, କୋରାପୁଟ ବିଧାୟକ ରଘୁରାମ ପାଦଲଙ୍କୁ କୋରାପୁଟ, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି‌ ବେହେରାଙ୍କୁ ମାଲକାନଗିରି, ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ରଙ୍କୁ ମୟୂରଭଞ୍ଜ, ଡାବୁଗାଁ ବିଧାୟକ ମନୋହର ରାନ୍ଧାରୀଙ୍କୁ ନବରଙ୍ଗପୁର, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କୁ ନୟାଗଡ଼, ଜଳ ସଂପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ନୂଆପଡ଼‌ା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ, ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସଚୀଙ୍କୁ ରାୟଗଡ଼ା, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ସମ୍ବଲପୁର,ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ସୁବର୍ଣ୍ଣପୁର ଏବଂ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ସୁନ୍ଦରଗଡ଼ ଜିଳ୍ଲ ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।

Leave A Reply

Your email address will not be published.