ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

କଟକ ଏସସିବିରୁ ନବଜାତ ଶିଶୁ ଚୋରି

0

କଟକ: ଏସସିବି ବଡ ମେଡିକାଲ ପ୍ରସୂତି ବିଭାଗର ଆଇସିୟୁରୁ ନବଜାତ ଶିଶୁ କନ୍ୟା ଚୋରି ଅଭିଯୋଗ ହୋଇଛି। ଗୋଟିଏ ନବଜାତ ଶିଶୁକୁ ଏସିସିବି ମେଡିକାଲରୁ କେହି ଚୋରି କରିନେଇଥିବା ଅଭିଯୋଗ ହୋଇଛି ।ଏନେଇ ଶିଶୁର ବାପା ଏସସିବି ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି । ତେବେ ଶିଶୁକୁ ଏପର୍ଯ୍ୟନ୍ତ କିଏ ନେଇଛି ତାହା ଜଣାପଡିନାହିଁ । ଅଭିଯୋଗ ପରେ ଏସସିବି କର୍ତ୍ତୃପକ୍ଷ ସିସିଟିଭି ଯାଞ୍ଚ କରୁଛନ୍ତି | ଚିକିତ୍ସା ସମୟରେ ଚୋରି ହୋଇଥିବାର ଅଭିଯୋଗ କରିଛନ୍ତି ନବଜାତ ଶିଶୁର ବାପା।

ନବଜାତ ଶିଶୁର ବାପାଙ୍କ କହିବା ଅନୁସାରେ, ଗତ ଗୁରୁବାର ଦିନ ତାଙ୍କର ସ୍ତ୍ରୀଙ୍କୁ ଏସସିବି ମେଡିକାଲର ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ । ସେହି ଦିନ ତାଙ୍କର ଯାଆଁଳା ଶିଶୁ କନ୍ୟା ଜନ୍ମ ହୋଇଥିଲା ଏବଂ ଦୁଇ ଶିଶୁ କନ୍ୟା ସୁସ୍ଥ ଥିଲେ । ଆଜି ସେମାନଙ୍କୁ ଡିସଚାର୍ଜ କରିବା ପାଇଁ ସକାଳେ ଡାକ୍ତର କହିଥିଲେ । ମାତ୍ର ଆଜି ଚେକଅପ କରିବା ସମୟରେ ସାନ ଝିଅର ଜଣ୍ଡିସ ହୋଇଥିବା ଜଣାପଡିଥିଲା ।

ତେବେ ଶିଶୁ କନ୍ୟାକୁ ଆଜି ଦିନ ୧୨ଟା ସମୟରେ ଆଇସିୟୁରେ ଭର୍ତ୍ତି କରିଥିଲେ । ଶିଶୁ କନ୍ୟାର ପିଉସୀ ଆଡମିଶନ କରିକି ଆସିବା ପରେ ଦିନ ୩ଟାରେ ଶିଶୁ କନ୍ୟା ଚୋରି ହୋଇଥିବା ପିଉସୀ ଜାଣିବାକୁ ପାଇଥିଲେ । ତେବେ ଶିଶୁର ବାପାଙ୍କ କହିବା କଥା ଯେତେବେଳେ ଆଇସିୟୁ ଭିତରକୁ କାହାକୁ ଅନୁମତି ନାହିଁ କିଭଳି ଆଇସିୟୁରୁ ଝିଅ ଚୋରି ହେଲା । ଚୋରି ପଛରେ ପ୍ରସୂତି ବିଭାଗ କର୍ମଚାରୀଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ଶିଶୁ କନ୍ୟାର ବାପା | ଏହି ଘଟଣାକୁ ନେଇ ତୋଫାନ ଏସସିବି ଫାଣ୍ଡିରେ ଅଭିଯୋଗ କରିଛନ୍ତି |

Leave A Reply

Your email address will not be published.