ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଦଶହରାରେ ଭିଜିବ ଓଡ଼ିଶା

0

ଭୁବନେଶ୍ୱର, ୨୬/୦୯ : ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁଯାୟୀ ଟାଇଫୁନ ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମ୍ୟାମାଁର ଉପକୂଳରେ ଏକ ଅପର ଏଆର ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ଉତର ପଶ୍ଚିମ ଆଡକୁ ଗତି କରିବ ବୋଲି ଆଶା କରାଯାଉଛି । ବାଂଲାଦେଶ ଉପକୂଳର ନିକଟବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତର ଓଡ଼ିଶା ଉପକୂଳ ଆଡକୁ ଆସିବ ଏବଂ ଠିକ ତାର ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ଜଣାପଡ଼ିଛି।

ଏହାର ପ୍ରଭାବରେ ଓଡ଼ିଶାର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଏବଂ ଅନୁଗୁଳରେ ଅକ୍ଟୋବର ୨ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅକ୍ଟୋବର ୩ ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜିଠାରୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ଥିବାବେଳେ ଅକ୍ଟୋବର ୪ ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମଡେଲଗୁଡିକ ଏହି ସିଷ୍ଟମ ଅଧିକ ତୀବ୍ରତର ହେବା ବିଷୟରେ କୌଣସି ସୂଚନା ପ୍ରଦାନ କରୁନାହାନ୍ତି ।

Leave A Reply

Your email address will not be published.