ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ଦେହାନ୍ତ

0

ଭୁବନେଶ୍ୱର :ପଦ୍ମପୁର ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିଛିଦିନ ତଳେ ଅଚାନକ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।

ସୂଚନାଯୋଗ୍ୟ; ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟ୍‌ରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ଏବଂ ୨୦୦୯ରେ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ବିଜୟୀ ହୋଇ ବିଧାନସଭାକୁ ଆସିବା ପରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ବାଜି ମାରିଥିଲେ। ସେ ପଦ୍ମପୁର ଆସନରୁ ବିଜେଡି ଟିକେଟରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।  ମୃତ୍ୟୁବେଳକୁ ସେ ଦଳର ବରଗଡ଼ ଜିଲ୍ଲା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ। ୫ ଥର ବିଧାୟକ ରହିଥିବା ସ୍ୱର୍ଗତଃ ବରିହା ପଶ୍ଚିମ ଓଡ଼ିଶାରେ ଜଣେ ସୁସଂଗଠକ ଓ ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ଦଳର ନେତାମାନେ ଦୁଃଖ ପ୍ରକାଶ କରିଛନ୍ତି।

ସ୍ୱର୍ଗତଃ ବରିହାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା ପରିସରକୁ ନିଆଯିବ। ତା’ପରେ ଦଳୀୟ ଅଫିସ୍‌କୁ ନିଆଯିବ। ସେଠାରେ ସମସ୍ତେ ଶ୍ରଦ୍ଧାଞ୍ଜଳି ଦେବା ପରେ ମରଶରୀରକୁ ପଦ୍ମପୁର ନିଆଯିବ ଓ ସେଠାରେ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.