ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଆଜି ପ୍ରବଳ ବର୍ଷିବ

0

ଭୁବନେଶ୍ବର; ଉପକୂଳ ଓଡ଼ିଶାରେ ବର୍ଷାର ବିସ୍ତୃତି ବଢ଼ିବ। ଆଜି ବଙ୍ଗୋପସାଗରରେ ଆଉ ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷକରି ଉପକୂଳ ସମେତ ଦକ୍ଷିଣ ଓଡ଼ିଶା ପ୍ରଭାବିତ ହେବ । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଏବଂ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ପାଣିପାଗ ବିଶେଷଜ୍ଞ ଉମାଶଙ୍କ ଦାସଙ୍କ କହିବା ଅନୁସାରେ, ଗତକାଲିଠାରୁ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ରହିଥିଲା। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ରହିବ। ଉପକୂଳବର୍ତ୍ତୀ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଟ୍ଵିନ ସିଟିରେ ମଧ୍ୟ ହଲୁକାରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ ବର୍ଷାର ବିସ୍ତୃତି କମିପାରେ। ତେବେ ରାଜ୍ୟରୁ ଏପର୍ଯ୍ୟନ୍ତ ମୌସୁମୀ ଅପସାରଣ କରିନାହିଁ ଏବଂ ବର୍ଷା ଲାଗି ରହୁଥିବାରୁ ମୋସୁମୀ ଅପସାରଣ କେବେ ହେବ ଆକଳନ ହୋଇନାହିଁ। ସେ ଆହୁରି କହିଛନ୍ତି, ବାତ୍ୟା ନେଇ କୌଣସି ସୂଚନା ନାହିଁ। ଚଳିତ ଅକ୍ଟୋବର ମାସରେ ସ୍ୱାଭାବିକଠାରୁ ସର୍ବାଧିକ ୬୯ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି , କିନ୍ତୁ ବାତ୍ୟାର ସମ୍ଭାବନା ନାହିଁ।

Leave A Reply

Your email address will not be published.