ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆରମ୍ଭ ହେବ ଫିଫା ବିଶ୍ବକପ୍

0

ଭୁବନେଶ୍ବର: କାଲିଠାରୁ ଆରମ୍ଭ ହେବ ୧୭ ବର୍ଷରୁ କମ୍ ବର୍ଗର ଫିଫା ବିଶ୍ବକପ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଥମ ଥର ପାଇଁ ଓଡ଼ିଶାରେ ଫିଫା ବିଶ୍ବକପ ଭଳି ଏକ ମେଗା ଇଭେଣ୍ଟ ଆୟୋଜିତ ହେବାକୁ ଯାଉଛି । ଏଥିପାଇଁ ଫୁଟବଲ୍ ପ୍ରେମୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ଉଦଘାଟନୀ ମ୍ୟାଚ ସହ ୬ଟି ମ୍ୟାଚ କଳିଙ୍ଗ ଷ୍ଟାଡ଼ିୟମରେ ଖେଳାଯିବ । ମ୍ୟାଚ ପୂର୍ବରୁ କଳିଙ୍ଗ ଷ୍ଟାଡିୟମ ସହ ଅଭ୍ୟାସ ଗ୍ରାଉଣ୍ଡକୁ ପ୍ରଶଂସା କରିଛନ୍ତି ମୋରୋକ୍କୋ କୋଚ ଓ ଖେଳାଳି । କଳିଙ୍ଗ ଷ୍ଟାଡିୟମ୍ ସହ ଏଠାକାର କ୍ରୀଡା ଭିତ୍ତିଭୂମି ଓ ଭୁବନେଶ୍ବର ସହରକୁ ମଧ୍ୟ ପ୍ରଶଂସା କରିଛନ୍ତି ଖେଳାଳି ।

ଭାରତୀୟ ଟିମ୍ ରାଜ୍ୟ ସରକାରଙ୍କ କ୍ରୀଡ଼ା ଭିତ୍ତିଭୂମି ଓ ବିଶ୍ବକପ୍‌କୁ ପ୍ରଶଂସା କରିଛନ୍ତି । ଟୁର୍ଣ୍ଣାମେଣ୍ଟରେ ଭାରତ ଭଲ ପ୍ରଦର୍ଶନ କରିବ । ପ୍ରଥମ ଥର ପାଇଁ ମହିଳା ଫୁଟବଲ୍ ବିଶ୍ବକପ୍‌ରେ ଭାରତ ଭାଗ ନେଉଥିବାରୁ ଦଳ ଉତ୍ସାହିତ । ଆସନ୍ତାକାଲି, ୧୪ ଓ ୧୭ ତାରିଖରେ ୩ଟି ମ୍ୟାଚ୍‌ କଳିଙ୍ଗ ଷ୍ଟାଡିୟମ୍‌ରେ ହେବ ।

ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ୬ ଅତିରିକ୍ତ ଡିସିପି, ୧୪ ଏସିପି, ୩୦ ଇନ୍ସପେକ୍ଟର୍, ୧୦୦ ଅଧିକାରୀ, ୨୪୦ କନେଷ୍ଟବଳ ଓ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଷ୍ଟାଡ଼ିୟମ ଭିତରେ ସାଧା ପୋଷାକରେ ପୋଲିସ ମୁତୟନ ହେବେ । ପାର୍କିଂ ଆଉ ଟ୍ରାଫିକକୁ ଗୁରୁତ୍ଵ ଦିଆଯାଇଛି । ଶାନ୍ତିଶୃଙ୍ଖଳାରେ ଖେଳ ପରିଚାଳନା ହେବ ସେଥି ପାଇଁ କମିସନରେଟ ପୋଲିସ ପ୍ରସ୍ତୁତ ଅଛି ।

ଭାରତ ଓ ୟୁଏସଏ ମଧ୍ୟରେ ଖେଳାଯିବ ଉଦଘାଟନୀ ମ୍ୟାଚ । ଅନ୍ୟପଟେ ଫିପା ଫୁଟବଲ୍ ବିଶ୍ବକପ ପାଇଁ ଚାରିସ୍ତରୀୟ ସୁରକ୍ଷା ବଳୟରେ କଳିଙ୍ଗ ଷ୍ଟାଡ଼ିୟମ । କଳିଙ୍ଗ ଷ୍ଟାଡ଼ିୟମ ପହଞ୍ଚି ସୁରକ୍ଷାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରୀୟଦର୍ଶୀ ଓ ଡିସିପି ।

Leave A Reply

Your email address will not be published.