ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
ଇସ୍ତଫା ଦେବା ଖବରକୁ ନୀତେଶ ଗଙ୍ଗଦେବଙ୍କ ଖଣ୍ଡନ, ଫେସବୁକ୍ ଆଇଡି ହ୍ୟାକ୍ ହେଇଥିବା ନେଇ ଦେଲେ ସୂଚନା
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଏବଂ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆରମ୍ଭ ହେବ ଫିଫା ବିଶ୍ବକପ୍

0

ଭୁବନେଶ୍ବର: କାଲିଠାରୁ ଆରମ୍ଭ ହେବ ୧୭ ବର୍ଷରୁ କମ୍ ବର୍ଗର ଫିଫା ବିଶ୍ବକପ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଥମ ଥର ପାଇଁ ଓଡ଼ିଶାରେ ଫିଫା ବିଶ୍ବକପ ଭଳି ଏକ ମେଗା ଇଭେଣ୍ଟ ଆୟୋଜିତ ହେବାକୁ ଯାଉଛି । ଏଥିପାଇଁ ଫୁଟବଲ୍ ପ୍ରେମୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ଉଦଘାଟନୀ ମ୍ୟାଚ ସହ ୬ଟି ମ୍ୟାଚ କଳିଙ୍ଗ ଷ୍ଟାଡ଼ିୟମରେ ଖେଳାଯିବ । ମ୍ୟାଚ ପୂର୍ବରୁ କଳିଙ୍ଗ ଷ୍ଟାଡିୟମ ସହ ଅଭ୍ୟାସ ଗ୍ରାଉଣ୍ଡକୁ ପ୍ରଶଂସା କରିଛନ୍ତି ମୋରୋକ୍କୋ କୋଚ ଓ ଖେଳାଳି । କଳିଙ୍ଗ ଷ୍ଟାଡିୟମ୍ ସହ ଏଠାକାର କ୍ରୀଡା ଭିତ୍ତିଭୂମି ଓ ଭୁବନେଶ୍ବର ସହରକୁ ମଧ୍ୟ ପ୍ରଶଂସା କରିଛନ୍ତି ଖେଳାଳି ।

ଭାରତୀୟ ଟିମ୍ ରାଜ୍ୟ ସରକାରଙ୍କ କ୍ରୀଡ଼ା ଭିତ୍ତିଭୂମି ଓ ବିଶ୍ବକପ୍‌କୁ ପ୍ରଶଂସା କରିଛନ୍ତି । ଟୁର୍ଣ୍ଣାମେଣ୍ଟରେ ଭାରତ ଭଲ ପ୍ରଦର୍ଶନ କରିବ । ପ୍ରଥମ ଥର ପାଇଁ ମହିଳା ଫୁଟବଲ୍ ବିଶ୍ବକପ୍‌ରେ ଭାରତ ଭାଗ ନେଉଥିବାରୁ ଦଳ ଉତ୍ସାହିତ । ଆସନ୍ତାକାଲି, ୧୪ ଓ ୧୭ ତାରିଖରେ ୩ଟି ମ୍ୟାଚ୍‌ କଳିଙ୍ଗ ଷ୍ଟାଡିୟମ୍‌ରେ ହେବ ।

ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ୬ ଅତିରିକ୍ତ ଡିସିପି, ୧୪ ଏସିପି, ୩୦ ଇନ୍ସପେକ୍ଟର୍, ୧୦୦ ଅଧିକାରୀ, ୨୪୦ କନେଷ୍ଟବଳ ଓ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଷ୍ଟାଡ଼ିୟମ ଭିତରେ ସାଧା ପୋଷାକରେ ପୋଲିସ ମୁତୟନ ହେବେ । ପାର୍କିଂ ଆଉ ଟ୍ରାଫିକକୁ ଗୁରୁତ୍ଵ ଦିଆଯାଇଛି । ଶାନ୍ତିଶୃଙ୍ଖଳାରେ ଖେଳ ପରିଚାଳନା ହେବ ସେଥି ପାଇଁ କମିସନରେଟ ପୋଲିସ ପ୍ରସ୍ତୁତ ଅଛି ।

ଭାରତ ଓ ୟୁଏସଏ ମଧ୍ୟରେ ଖେଳାଯିବ ଉଦଘାଟନୀ ମ୍ୟାଚ । ଅନ୍ୟପଟେ ଫିପା ଫୁଟବଲ୍ ବିଶ୍ବକପ ପାଇଁ ଚାରିସ୍ତରୀୟ ସୁରକ୍ଷା ବଳୟରେ କଳିଙ୍ଗ ଷ୍ଟାଡ଼ିୟମ । କଳିଙ୍ଗ ଷ୍ଟାଡ଼ିୟମ ପହଞ୍ଚି ସୁରକ୍ଷାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରୀୟଦର୍ଶୀ ଓ ଡିସିପି ।

Leave A Reply

Your email address will not be published.