ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0
  • ପୁରୀରେ ହବିଷ୍ୟାଳି ମା ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ
  • ହବିଷ୍ୟାଳି ମା’ଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
  • ହବିଷ୍ୟାଳି ଯୋଜନା ର ମା’ଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ଜଗନ୍ନାଥ ମୁଖ୍ୟମନ୍ତ୍ରୀଙ୍କୁ ‘କୋଟିଏ ପରମାୟୁ ଦିଅନ୍ତୁ’ – ହବିଷ୍ୟାଳି ମା ମାନେ

ଭୁବନେଶ୍ୱର: ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ମା ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ ।

ଏହି ଅବସରରେ ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଂଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ଓ ସାଂସଦ ଶ୍ରୀ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି । ଆଜି ମା ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି । ହବିଷ୍ୟାଳି ମାଆମାନେ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ । ପୁରୀ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.