ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଚିନ୍ତା ବଢାଉଛି ଡେଙ୍ଗୁ, ରେଡ୍ ଜୋନରେ ଖୋର୍ଦ୍ଧା

0

ଭୁବନେଶ୍ୱର: ଡେଙ୍ଗୁ ଆକ୍ରାନ୍ତଙ୍କ କ୍ଷେତ୍ରରେ ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନରେ ଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ସବୁଠୁ ଅଧିକା ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ସହିତ ଦୈନିକ ଟେଷ୍ଟିଂ ପଜିଟିଭ ହାର ମଧ୍ୟ କମ୍ ଅଛି । ତଥାପି ଜିଲ୍ଲାର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରୁ ନିୟମିତ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି । ଯାହାକୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିନ୍ତା ପ୍ରକଟ କରିଛି । ଖୋର୍ଦ୍ଧା ଜିଲ୍ଲାପାଳ, ବିଏମସି କମିଶନର, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଆବଶ୍ୟକ ପ୍ରତିକାର ବ୍ୟବସ୍ଥା ସହିତ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ୱତନ୍ତ୍ର ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ମୁତାବକ ଗତକାଲି ସୁଦ୍ଧା ଜିଲ୍ଲାରେ ମୋଟ ୨୬୧୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୨୪୬୪ ଜଣ କେବଳ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର । ଖୋର୍ଦ୍ଧା ଜିଲ୍ଲାରେ ଅଗଷ୍ଟ ମାସରେ ୭୬୩ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେପ୍ଟେମ୍ବର ମାସରେ ୧୩୧୦ ଓ ଅକ୍ଟୋବର ୧୩ ତାରିଖ ସୁଦ୍ଧା ୧୯୮ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଛନ୍ତି ।

ଭୁବନେଶ୍ୱରରେ ନୀଳାଦ୍ରିବିହାରରୁ ସର୍ବାଧିକ ୩୪୪ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ନୟାପଲ୍ଲୀରୁ ୨୫୪, ଆଇଆରସି ଭିଲେଜରୁ ୨୩୦, ୟୁନିଟ-୩ରୁ ୧୪୪ ଏବଂ ସାଲିଆ ସାହିରୁ ୧୯୪ଜଣ ରୋଗୀ ସରକାରୀ ଭାବେ ଚିହ୍ନଟ ହୋଇଛନ୍ତି । ଡେଙ୍ଗୁକୁ ରୋକିବାକୁ ଯାଇ ବିଏମସି ପକ୍ଷରୁ ସାପ୍ତାହିକ ଦୁଇଦିନ ଡ୍ରାଏ ଡେ ପାଳନ ସହ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉପରେ ଗୁରୁତ୍ତ୍ବ ଦିଆଯାଇଛି ।

Leave A Reply

Your email address will not be published.