ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଚିନ୍ତା ବଢାଉଛି ଡେଙ୍ଗୁ, ରେଡ୍ ଜୋନରେ ଖୋର୍ଦ୍ଧା

0

ଭୁବନେଶ୍ୱର: ଡେଙ୍ଗୁ ଆକ୍ରାନ୍ତଙ୍କ କ୍ଷେତ୍ରରେ ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନରେ ଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ସବୁଠୁ ଅଧିକା ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ସହିତ ଦୈନିକ ଟେଷ୍ଟିଂ ପଜିଟିଭ ହାର ମଧ୍ୟ କମ୍ ଅଛି । ତଥାପି ଜିଲ୍ଲାର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରୁ ନିୟମିତ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି । ଯାହାକୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିନ୍ତା ପ୍ରକଟ କରିଛି । ଖୋର୍ଦ୍ଧା ଜିଲ୍ଲାପାଳ, ବିଏମସି କମିଶନର, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଆବଶ୍ୟକ ପ୍ରତିକାର ବ୍ୟବସ୍ଥା ସହିତ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ୱତନ୍ତ୍ର ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ମୁତାବକ ଗତକାଲି ସୁଦ୍ଧା ଜିଲ୍ଲାରେ ମୋଟ ୨୬୧୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୨୪୬୪ ଜଣ କେବଳ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର । ଖୋର୍ଦ୍ଧା ଜିଲ୍ଲାରେ ଅଗଷ୍ଟ ମାସରେ ୭୬୩ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେପ୍ଟେମ୍ବର ମାସରେ ୧୩୧୦ ଓ ଅକ୍ଟୋବର ୧୩ ତାରିଖ ସୁଦ୍ଧା ୧୯୮ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଛନ୍ତି ।

ଭୁବନେଶ୍ୱରରେ ନୀଳାଦ୍ରିବିହାରରୁ ସର୍ବାଧିକ ୩୪୪ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ନୟାପଲ୍ଲୀରୁ ୨୫୪, ଆଇଆରସି ଭିଲେଜରୁ ୨୩୦, ୟୁନିଟ-୩ରୁ ୧୪୪ ଏବଂ ସାଲିଆ ସାହିରୁ ୧୯୪ଜଣ ରୋଗୀ ସରକାରୀ ଭାବେ ଚିହ୍ନଟ ହୋଇଛନ୍ତି । ଡେଙ୍ଗୁକୁ ରୋକିବାକୁ ଯାଇ ବିଏମସି ପକ୍ଷରୁ ସାପ୍ତାହିକ ଦୁଇଦିନ ଡ୍ରାଏ ଡେ ପାଳନ ସହ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉପରେ ଗୁରୁତ୍ତ୍ବ ଦିଆଯାଇଛି ।

Leave A Reply

Your email address will not be published.