ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ନଭେମ୍ବର ୧୨ରେ ହିମାଚଳ ପ୍ରଦେଶରେ ପଡିବ ଭୋଟ୍

0

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ ୧୨ ନଭେମ୍ବରରେ ପଡିବ ଭୋଟ । ଗୋଟିଏ ପର୍ଯ୍ୟାୟରେ ହେବ ନିର୍ବାଚନ । ସମସ୍ତ ୬୮ ସିଟ୍ ପାଇଁ ନଭେମ୍ବର ୧୨ରେ ପଡିବ ଭୋଟ୍ । ଡିସେମ୍ବର ୮ରେ ପ୍ରକାଶ ପାଇବ ନିର୍ବାଚନ ଫଳାଫଳ । ପ୍ରେସମିଟ କରି ଘୋଷଣା କଲେ ନିର୍ବାଚନ କମିଶନ । ତେବେ ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା ପରେ ଏବେ ସରଗରମ ହୋଇଛି ହିମାଚଳପ୍ରଦେଶ ରାଜନୀତି ।

ଆସନ୍ତା ୧୭ରେ ହିମାଚଳ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ୨୫ ଅକ୍ଟୋବର ସୁଦ୍ଧା ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ୨୭ରେ ହେବ ପ୍ରାର୍ଥିପତ୍ର ଯାଞ୍ଚ । ୨୯ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ପ୍ରଥମ ଥର ପାଇଁ ୧ ଲକ୍ଷ ୮୬ ହଜାରରୁ ଅଧିକ ନାଗରିକ ଭୋଟ ଦେବେ । ମତଦାନ ପାଇଁ ୭ ହଜାର ୮୮୧ ଟି ବୁଥ୍‌ ବ୍ୟବସ୍ଥା କରାଯିବ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ।

ନିର୍ବାଚନ ଆୟୋଗ ପକ୍ଷରୁ ସମ୍ବେଦନଶୀଳ ବୁଥ୍‌ ଗୁଡିକରେ ବ୍ୟାପକ ବ୍ୟବସ୍ଥା କରାଯିବ । କିଭଳି ସୁରୁଖୁରୁରେ ଲୋକ ଭୋଟ ଦେଇ ପାରିବେ ସେ ନେଇ ବ୍ୟବସ୍ଥା କରାଯାଇଛି । ନିର୍ବାଚନ କମିଶନ କହିଛନ୍ତି, ୮୦ ବର୍ଷରୁ ଅଧିକ ବ୍ୟସ୍କ ଲୋକ, ଦିବ୍ୟାଙ୍ଗ ଓ କୋଭିଡ ସଂକ୍ରମିତ ଯେଉଁମାନେ ଭୋଟ ଦେବାକୁ ବୁଥକୁ ଯାଇପାରିବେନି, ସେମାନଙ୍କ ପାଇଁ ଘରକୁ ଯାଇ ମତଦାନର ବ୍ୟବସ୍ଥା କରାଯିବ । ସମସ୍ତ ବୁଥ୍‌ରେ ପ୍ରାର୍ଥୀ ମାନଙ୍କର ସମ୍ପତ୍ତି, ସେମାନଙ୍କର ଦକ୍ଷତା ଏବଂ ଯଦି ସେମାନଙ୍କର ଅପରାଧିକ ମାମଲା ଥାଏ ସେଗୁଡିକ ତଥ୍ୟ ବୁଥ୍‌ କେନ୍ଦ୍ରରେ ପ୍ରକାଶିତ କରାଯିବ ।

Leave A Reply

Your email address will not be published.