ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ରାଜଧାନୀର ୭ଟି ସ୍ଥାନରେ ହେବ ବାଣ ବିକ୍ରି

0

ଭୁବନେଶ୍ବର: କୋଭିଡ ମହାମାରୀ କାରଣରୁ ଗଲା ୨ ବର୍ଷ ହେଲା ଭଲରେ ପାଳନ ହେଉନଥିଲା ଦୀପାବଳି। ଏଥର କିନ୍ତୁ ଆଡମ୍ବରପୂର୍ଣ୍ଣ ଭାବେ ଦୀପାବଳି ପାଳନ କରାଯିବ। ରାଜ୍ୟ ସରକାର ବାଣ ବିକ୍ରି ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଭୁବନେଶ୍ବରରେ ୭ଟି ସ୍ଥାନରେ ବାଣ ବିକ୍ରି ହେବକୁ ନେଇ ସୂଚନା ଦିଆଯାଇଛି।

ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମାନସ ରଂଜନ ସାମଲ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) କମିସନରଙ୍କୁ ଚିଠି ଲେଖିଛନ୍ତି ଯେ, ଭୁବନେଶ୍ବରସ୍ଥିତ ଗାଡ଼କଣର ସବରସାହି ମେଳଣ ପଡ଼ିଆ, ବମିଖାଲର ରସୁଲଗଡ଼ ଦୁର୍ଗାପୂଜା ମଣ୍ଡପ, ପାଣ୍ଡରାର ପଳାସୁଣୀ ବିଜୁ ପଟ୍ଟନାୟକ ଖେଳ ପଡ଼ିଆ, ବାପୁଜୀ ନଗରର ୟୁନିଟ-୧ ହାଇସ୍କୁଲ ପଡ଼ିଆ ପଛପଟ, ଲକ୍ଷ୍ମୀସାଗର-୨ର ଲକ୍ଷ୍ମୀସାଗର ମେଳନ ପଡ଼ିଆ, ବଡ଼ଗଡ଼ର ବିଡିଏ ମାର୍କେଟ ପାର୍ଶ୍ବ  ସହିତ ୨ଟି ସ୍ଥାନରେ ବାଣ ବିକ୍ରି ହେବ।

ଏହି ସ୍ଥାନରେ ବାଣ ବିକ୍ରି ବେଳେ ଅଘଟଣ ରୋକିବାକୁ ଦୃଷ୍ଟିରେ ରଖି ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା କରାଯିବ। ଅଗ୍ନିଶମ ବାହିନୀ ଦଳକଳ ସହ ଏହି ସ୍ଥାନମାନଙ୍କରେ ମୁତୟନ ରହିବେ। ଯେକେହି ଲାଇସେନ୍ସ ପ୍ରାପ୍ତ ଦୋକାନୀ ଆବଶ୍ୟକ ଶୁଳ୍କ ଦେଇ ଏହି ସ୍ଥାନରେ ବାଣ ଦୋକାନ ଖୋଲି ପାରିବେ। ଲୋକେ ଏହି ସ୍ଥାନରୁ ବାଣ କିଣିବା ସହ ଫୁଟାଇବା ବେଳେ ନିରାପତା ପାଳନ କରିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.