ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେଲା ନୂଆ କରିକ୍ୟୁଲମ

0

କଟକ: ନବମ ଓ ଦଶମ ଶ୍ରେଣୀ ପିଲାଏ ପଢ଼ିବେ ନୂଆ ବିଷୟ ‘ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟ’। ଏନେଇ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ବୁକ୍ ରିଭ୍ୟୁ, ପ୍ରୋଜେକ୍ଟ ୱାର୍କ, କୋ କରିକୁଲାର ଏକ୍ଟିଭିଟିସ, ବେସିକ ଆଇଟି ସ୍କିଲ୍ସକୁ ପାଠ୍ୟକ୍ରମରେ ସାମିଲ କରିବା ପାଇଁ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଏହାକୁ ଲାଗୁ କରାଯାଇଛି। ପ୍ରଥମ କରି ଏହା ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହେବ। ପରବର୍ତ୍ତୀ ଶିକ୍ଷାବର୍ଷରେ ଏହା ଉଭୟ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଲାଗୁ ହେବ। ପ୍ରତିଟି ବିଷୟ ପାଇଁ ୨୫ ମାର୍କ ରହିଛି।

ଚାରୋଟି ପର୍ଯ୍ୟାୟରେ ଏହି ପରୀକ୍ଷା କରାଯିବ। ପ୍ରଥମ ତିନୋଟି ପର୍ଯ୍ୟାୟରେ ୫ ମାର୍କ ଲେଖାଁଏ ପରୀକ୍ଷା କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବାବେଳେ ଶେଷ ପର୍ଯ୍ୟାୟରେ ୧୦ ମାର୍କ ପାଇଁ ପରୀକ୍ଷା କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ତେବେ ଏହି ବିଷୟଗୁଡ଼ିକରେ ଛାତ୍ରଛାତ୍ରୀ ରଖିଥିବା ମାର୍କ ପ୍ରତିଶତ ଆଧାରରେ ଗ୍ରେଡ ପ୍ରଦାନ କରାଯିବ। ଏହି ଗ୍ରେଡ ହାଇସ୍କୁଲ ସାର୍ଟିଫିକେଟରେ ପ୍ରତିଫଳିତ ହେବ। ତେବେ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବାଧ୍ୟତାମୂଳକ ବୋଲି ବୋର୍ଡ କହିଛି |

Leave A Reply

Your email address will not be published.