ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେଲା ନୂଆ କରିକ୍ୟୁଲମ

0

କଟକ: ନବମ ଓ ଦଶମ ଶ୍ରେଣୀ ପିଲାଏ ପଢ଼ିବେ ନୂଆ ବିଷୟ ‘ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟ’। ଏନେଇ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ବୁକ୍ ରିଭ୍ୟୁ, ପ୍ରୋଜେକ୍ଟ ୱାର୍କ, କୋ କରିକୁଲାର ଏକ୍ଟିଭିଟିସ, ବେସିକ ଆଇଟି ସ୍କିଲ୍ସକୁ ପାଠ୍ୟକ୍ରମରେ ସାମିଲ କରିବା ପାଇଁ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଏହାକୁ ଲାଗୁ କରାଯାଇଛି। ପ୍ରଥମ କରି ଏହା ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହେବ। ପରବର୍ତ୍ତୀ ଶିକ୍ଷାବର୍ଷରେ ଏହା ଉଭୟ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଲାଗୁ ହେବ। ପ୍ରତିଟି ବିଷୟ ପାଇଁ ୨୫ ମାର୍କ ରହିଛି।

ଚାରୋଟି ପର୍ଯ୍ୟାୟରେ ଏହି ପରୀକ୍ଷା କରାଯିବ। ପ୍ରଥମ ତିନୋଟି ପର୍ଯ୍ୟାୟରେ ୫ ମାର୍କ ଲେଖାଁଏ ପରୀକ୍ଷା କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବାବେଳେ ଶେଷ ପର୍ଯ୍ୟାୟରେ ୧୦ ମାର୍କ ପାଇଁ ପରୀକ୍ଷା କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ତେବେ ଏହି ବିଷୟଗୁଡ଼ିକରେ ଛାତ୍ରଛାତ୍ରୀ ରଖିଥିବା ମାର୍କ ପ୍ରତିଶତ ଆଧାରରେ ଗ୍ରେଡ ପ୍ରଦାନ କରାଯିବ। ଏହି ଗ୍ରେଡ ହାଇସ୍କୁଲ ସାର୍ଟିଫିକେଟରେ ପ୍ରତିଫଳିତ ହେବ। ତେବେ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବାଧ୍ୟତାମୂଳକ ବୋଲି ବୋର୍ଡ କହିଛି |

Leave A Reply

Your email address will not be published.