ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଦୁର୍ଘଟଣାଗ୍ରସ୍ତ ହେଲା ଆମ୍ବୁଲାନ୍ସ , ରୋଗୀ ସହ ହେଲପରଙ୍କ ମୃତ୍ୟୁ

0

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ମହିଚଲା ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହାଫଳରେ ଘଟଣାସ୍ଥଳରେ ହିଁ ରୋଗୀଙ୍କ ସହ ଗାଡ଼ି ହେଲପରଙ୍କ ମୃତ୍ୟୁ ଘଟିଛି। ମୃତକ ରୋଗୀ ହେଲେ ହେଲେ କପୁର ମାଲ ଗାଁର ସୁମିତ୍ରା ଦୁର୍ଗା। ଖବର ପାଇ ଜୁନାଗଡ଼ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

ସୁଚନାନୁସାରେ, ଜୟପାଟଣା ଥାନା କପୁରମାଲ ଗାଁରେ ଗତ କିଛି ଦିନ ଧରି ଝାଡ଼ାବାନ୍ତି କାରଣରୁ ୪ ଜଣ ଡାଇରିଆରେ ଆକ୍ରାନ୍ତ ହୋଇଥିଲେ। ସେମାନେ ଜୟପାଟଣା ମେଡିକାଲରେ ଚିକିତ୍ସିତ ହେଉଥିଲେ। ସେମାନଙ୍କ ମଧ୍ୟରୁ ସୁନୀତା ଦୁର୍ଗାଙ୍କ ଅବସ୍ଥା ଗୁରୁତର ହେବାରୁ ଆଜି ସକାଳେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ନିଆଯାଉଥିଲା। ମାତ୍ର ରାସ୍ତାରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରେଇ ଏକ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।

ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ସୁନୀତା ଓ ଡମ୍ବରୁଙ୍କ ମୃତ୍ୟୁ ଘଟିଛି। ଏଥିରେ ଡ୍ରାଇଭର, ରୋଗୀଙ୍କ ଦୁଇ ସଂପର୍କୀୟ ଏବଂ ଆମ୍ବୁଲାନ୍ସ ର ଫାର୍ମାସିଷ୍ଟ ଆହତ ହୋଇଛନ୍ତି । ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ସେମାନଙ୍କୁ ହସ୍ପିଟାଲ ପଠାଇଛି।

Leave A Reply

Your email address will not be published.