ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଦୁର୍ଘଟଣାଗ୍ରସ୍ତ ହେଲା ଆମ୍ବୁଲାନ୍ସ , ରୋଗୀ ସହ ହେଲପରଙ୍କ ମୃତ୍ୟୁ

0

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ମହିଚଲା ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହାଫଳରେ ଘଟଣାସ୍ଥଳରେ ହିଁ ରୋଗୀଙ୍କ ସହ ଗାଡ଼ି ହେଲପରଙ୍କ ମୃତ୍ୟୁ ଘଟିଛି। ମୃତକ ରୋଗୀ ହେଲେ ହେଲେ କପୁର ମାଲ ଗାଁର ସୁମିତ୍ରା ଦୁର୍ଗା। ଖବର ପାଇ ଜୁନାଗଡ଼ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

ସୁଚନାନୁସାରେ, ଜୟପାଟଣା ଥାନା କପୁରମାଲ ଗାଁରେ ଗତ କିଛି ଦିନ ଧରି ଝାଡ଼ାବାନ୍ତି କାରଣରୁ ୪ ଜଣ ଡାଇରିଆରେ ଆକ୍ରାନ୍ତ ହୋଇଥିଲେ। ସେମାନେ ଜୟପାଟଣା ମେଡିକାଲରେ ଚିକିତ୍ସିତ ହେଉଥିଲେ। ସେମାନଙ୍କ ମଧ୍ୟରୁ ସୁନୀତା ଦୁର୍ଗାଙ୍କ ଅବସ୍ଥା ଗୁରୁତର ହେବାରୁ ଆଜି ସକାଳେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ନିଆଯାଉଥିଲା। ମାତ୍ର ରାସ୍ତାରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରେଇ ଏକ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।

ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ସୁନୀତା ଓ ଡମ୍ବରୁଙ୍କ ମୃତ୍ୟୁ ଘଟିଛି। ଏଥିରେ ଡ୍ରାଇଭର, ରୋଗୀଙ୍କ ଦୁଇ ସଂପର୍କୀୟ ଏବଂ ଆମ୍ବୁଲାନ୍ସ ର ଫାର୍ମାସିଷ୍ଟ ଆହତ ହୋଇଛନ୍ତି । ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ସେମାନଙ୍କୁ ହସ୍ପିଟାଲ ପଠାଇଛି।

Leave A Reply

Your email address will not be published.