ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଓଡ଼ିଶାକୁ ବଡବର୍ଷା ଆସୁଛି

0

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଦକ୍ଷିଣ ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ୪୮ ଘଣ୍ଟା ଭିତରେ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ ।

ଅବପାତ ସୃଷ୍ଟି ହେବା ନେଇ ପାଗ ଅନୁକୂଳ ରହିଛି। ବାତ୍ୟା ହେବ କି ନାହିଁ ୨୦ତାରିଖ ବେଳକୁ ଚିତ୍ର ସ୍ପଷ୍ଟ ହେବ । ତେବେ ଏଥିରେ ଉପକୂଳ, ଦକ୍ଷିଣ, ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅଧିକାଂଶ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି ।

ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତିକରି କେନ୍ଦ୍ରୀୟ ଓ ତତ୍ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ।  ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟାରେ  ଅଧିକ ଘନୀଭୂତ ହେବା ସଂଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.