ପ୍ରମୁଖ ଖବର

ପୁତୁରାଙ୍କୁ ପୁଣି ବିଦା କଲେ ମାୟାବତୀ, ଦଳର ଜାତୀୟ ସଂଯୋଜକ ପଦବିରୁ ବିଦା ହେଲେ ଆକାଶ ଆନନ୍ଦ
ରୋହିତ ଶର୍ମାଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ ଶମା ମହମ୍ମଦ
ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ କରି କ୍ଷମା ମାଗିଲେ ବିଦେଶିନୀ ଓ ଷ୍ଟୁଡିଓ ମାଲିକ
ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ,ପାଖରୁ ମିଳିଲା ଗଞ୍ଜେଇ
ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି ହେଲେ କୌଶିକ ପଟ୍ଟନାୟକ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ
ହାଇଓ୍ୱେ କଡରେ ରହିବନି ମଦ ଦୋକାନ । ଇ-ରିକ୍ସା ଡ୍ରାଇଭରଙ୍କ ଯାଞ୍ଚ ଜରୁରୀ । ଯୋଗୀ ଜାରି କଲେ ନୂଆ ଆଦେଶ
ଅନାସ୍ଥାଭୋଟରେ ପଦ ହରାଇଲେ ଝାରସୁଗୁଡ଼ା ବ୍ରଜରାଜନଗର ପୌରାଧ୍ୟକ୍ଷା
ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି

ଧାମନଗର ଉପନିର୍ବାଚନ ନେଇ କି ସୂଚନା ଦେଲେ ଲୋହାନୀ?

0

ଭୁବନେଶ୍ବର: ଧାମନଗର ଉପନିର୍ବାଚନ  ପାଇଁ  ଅକ୍ଟୋବର ୧୪ ଥିଲା ନାମାଙ୍କନ ଦାଖଲର ଶେଷ ଦିନ। ୬ ଜଣ ନାମାଙ୍କନ ଦାଖଲ କରିଥିବା ବେଳେ ୫ ଜଣଙ୍କ ନାମାଙ୍କନ କାଏମ ରହିଛି। ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ତଥ୍ୟ ପ୍ରଦାନ କରିଛନ୍ତି। ୧୦୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ ଗ୍ରହଣ କରାଯିବ । ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି । ୨୦ଟି ଟିମ୍ ଘରକୁ ଯାଇ ପୋଷ୍ଟାଲ ବାଲାଟ ସଂଗ୍ରହ କରିବେ ।

୧୨୦୫ ଜଣ ପୋଷ୍ଟାଲ ବାଲାଟ ପାଇଁ ଆବେଦନ କରିଛନ୍ତି । ୧୩୪ ବୁଥର ନାମ ପରିବର୍ତ୍ତନ କରାଯାଇଛି। ଦୃଷ୍ଟିହୀନଙ୍କ ପାଇଁ ବ୍ରେଲ ବାଲାଟର ବ୍ୟବସ୍ଥା କରାଯାଇଛି  । ଉପନିର୍ବାଚନ ସମୟରେ ଶାନ୍ତି ଶୃଙ୍ଖଳା ପାଇଁ ୧୭ ପ୍ଲାଟୁନ ପୋଲିସ ଫୋର୍ସ ନୁତୟନ ହେବେ  । ୨ଟି ଲେଖାଏଁ ସିଆରପିଏଫ ଓ ବିଏସଏଫ୍ ଟିମ୍ ନିୟୋଜିତ ହେବେ । ଉପନିର୍ବାଚନରେ ପ୍ରତି ପ୍ରାର୍ଥୀ ସର୍ବାଧିକ ୪୦ ଲକ୍ଷ ଖର୍ଚ୍ଚ କରିପାରିବେ ବୋଲି ସୂଚନା ଦେଇଛନ୍ତି।

ମୋଟ ୨ ଲକ୍ଷ ୩୮ ହଜାର ୪୧୭ ଭୋଟର ଧାମନଗରରେ ଉପନିର୍ବାଚନରେ ମତଦାନ କରିବେ  । ଏଥିପାଇଁ ୨୫୨ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ  । ମତଦାନ ଦିନ ୪୮ ଘଣ୍ଟା ପୂର୍ବରୁ ମଦ ବିକ୍ରି ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି । ସେହିପରି ଭୋଟ ଗଣତି ଦିନ ମଧ୍ୟ ମଦବିକ୍ରିରେ କଟକଣା ଲାଗୁ ହୋଇଛି  । ସେହିପରି ଭୋଟରଙ୍କୁ ସବୈତନିକ ଛୁଟି ମିଳିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ  ।

ଆସନ୍ତା ନଭେମ୍ବର ୩ରେ ମତଦାନ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହେବ। ନିର୍ବାଚନ କମିଶନଙ୍କ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇବା ଦିନ ଠାରୁ ଜିଲ୍ଲାରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି । ପୋଷ୍ଟର ଓ ବ୍ୟାନର ଲଗାଇବାରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ଅଭିଯୋଗରେ ୬୨୪ଟି ମାମଲା ରୁଜୁ ହୋଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୮୭ଟି ମାରଣାସ୍ତ୍ର ଓ ବନ୍ଧୁକ ଡିପୋଜିଟ ନିଆଯାଇଛି। ୧୧୬୭ଜଣ ଦାଗୀଙ୍କୁ CRPC ଆଇନ ଅନୁଯାୟୀ ଅଟକ ରଖାଯାଇଛି ବୋଲି ସେ କହିଛନ୍ତି।

Leave A Reply

Your email address will not be published.