ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଧାମନଗର ଉପନିର୍ବାଚନ ନେଇ କି ସୂଚନା ଦେଲେ ଲୋହାନୀ?

0

ଭୁବନେଶ୍ବର: ଧାମନଗର ଉପନିର୍ବାଚନ  ପାଇଁ  ଅକ୍ଟୋବର ୧୪ ଥିଲା ନାମାଙ୍କନ ଦାଖଲର ଶେଷ ଦିନ। ୬ ଜଣ ନାମାଙ୍କନ ଦାଖଲ କରିଥିବା ବେଳେ ୫ ଜଣଙ୍କ ନାମାଙ୍କନ କାଏମ ରହିଛି। ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ତଥ୍ୟ ପ୍ରଦାନ କରିଛନ୍ତି। ୧୦୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ ଗ୍ରହଣ କରାଯିବ । ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି । ୨୦ଟି ଟିମ୍ ଘରକୁ ଯାଇ ପୋଷ୍ଟାଲ ବାଲାଟ ସଂଗ୍ରହ କରିବେ ।

୧୨୦୫ ଜଣ ପୋଷ୍ଟାଲ ବାଲାଟ ପାଇଁ ଆବେଦନ କରିଛନ୍ତି । ୧୩୪ ବୁଥର ନାମ ପରିବର୍ତ୍ତନ କରାଯାଇଛି। ଦୃଷ୍ଟିହୀନଙ୍କ ପାଇଁ ବ୍ରେଲ ବାଲାଟର ବ୍ୟବସ୍ଥା କରାଯାଇଛି  । ଉପନିର୍ବାଚନ ସମୟରେ ଶାନ୍ତି ଶୃଙ୍ଖଳା ପାଇଁ ୧୭ ପ୍ଲାଟୁନ ପୋଲିସ ଫୋର୍ସ ନୁତୟନ ହେବେ  । ୨ଟି ଲେଖାଏଁ ସିଆରପିଏଫ ଓ ବିଏସଏଫ୍ ଟିମ୍ ନିୟୋଜିତ ହେବେ । ଉପନିର୍ବାଚନରେ ପ୍ରତି ପ୍ରାର୍ଥୀ ସର୍ବାଧିକ ୪୦ ଲକ୍ଷ ଖର୍ଚ୍ଚ କରିପାରିବେ ବୋଲି ସୂଚନା ଦେଇଛନ୍ତି।

ମୋଟ ୨ ଲକ୍ଷ ୩୮ ହଜାର ୪୧୭ ଭୋଟର ଧାମନଗରରେ ଉପନିର୍ବାଚନରେ ମତଦାନ କରିବେ  । ଏଥିପାଇଁ ୨୫୨ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ  । ମତଦାନ ଦିନ ୪୮ ଘଣ୍ଟା ପୂର୍ବରୁ ମଦ ବିକ୍ରି ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି । ସେହିପରି ଭୋଟ ଗଣତି ଦିନ ମଧ୍ୟ ମଦବିକ୍ରିରେ କଟକଣା ଲାଗୁ ହୋଇଛି  । ସେହିପରି ଭୋଟରଙ୍କୁ ସବୈତନିକ ଛୁଟି ମିଳିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ  ।

ଆସନ୍ତା ନଭେମ୍ବର ୩ରେ ମତଦାନ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହେବ। ନିର୍ବାଚନ କମିଶନଙ୍କ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇବା ଦିନ ଠାରୁ ଜିଲ୍ଲାରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି । ପୋଷ୍ଟର ଓ ବ୍ୟାନର ଲଗାଇବାରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ଅଭିଯୋଗରେ ୬୨୪ଟି ମାମଲା ରୁଜୁ ହୋଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୮୭ଟି ମାରଣାସ୍ତ୍ର ଓ ବନ୍ଧୁକ ଡିପୋଜିଟ ନିଆଯାଇଛି। ୧୧୬୭ଜଣ ଦାଗୀଙ୍କୁ CRPC ଆଇନ ଅନୁଯାୟୀ ଅଟକ ରଖାଯାଇଛି ବୋଲି ସେ କହିଛନ୍ତି।

Leave A Reply

Your email address will not be published.