ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ପହିଲାରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

0

ମୟୁରଭଞ୍ଜ; ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ସକାଳ ୬ଟାରୁ ଅପରାହ୍ନ ୪ଟା ଯାଏ ମଜା ନେବେ ପର୍ଯ୍ୟଟକ । ବନ୍ୟଜନ୍ତୁଙ୍କୁ ପାଖରେ ଦେଖିବା ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ନେଇ ପାରିବେ ଦର୍ଶକ । ନଭେମ୍ବର ୧ ତାରିଖରୁ ଶିମିଳିପାଳ ଖୋଲିବା ନେଇ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସୂଚନା ଦେଇଛନ୍ତି ।

ସେପଟେ ଶିମିଳିପାଳ ଅଭୟାରଣ୍ୟକୁ ବୁଲିଯାଉଥିବା ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ କିଛି ସ୍ଵତନ୍ତ୍ର ନିୟମକାନୁନ ବ୍ୟବସ୍ଥା ରଖାଯାଇଛି । ଚଳିତ ବର୍ଷ ଶିମିଳିପାଳ ଭିତରେ ପଲିଥିନ୍‌ ବ୍ୟାନ୍‌ କରାଯାଇଛି । ଶାଳପତ୍ର ଖୋଲି ଓ ଚଉପତି ନେବାକୁ ଯୋଜନା କରିଛନ୍ତି ଶିମିଳିପାଳ କର୍ତ୍ତୁପକ୍ଷ । ଶିମିଳିପାଳ ଅଭୟାରଣ୍ୟ ଭିତରେ 5ଟି ଇକୋଟୁରିଜିମ କପ୍ଲେକ୍ସ ଯଥା ରାମତୀର୍ଥ, ଗୁଡୁଗୁଡିଆ, କୁମାରୀ, ଜାମୁଅ।ଣି ଏବଂ ବରେହିପାଣି ରେ ରାତ୍ରୀ ରହଣୀର ବ୍ୟବସ୍ଥା ରଖାଯାଇଛି । ରାତ୍ରୀଯାପନ କରିବାକୁ ଚାହୁଁଥିବା ପର୍ଯ୍ୟଟକମାନେ ଅନଲାଇନରେ ବୁକିଂ କରି ଏହାର ସୁବିଧା ନେଇପାରିବେ ।

ଚଳିତ ବର୍ଷ ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳରେ ମଜା ନେବାକୁ ସାଇକେଲ ରାଇଡିଂ ଏବଂ ପିଲାମାନଙ୍କ ପାଇଁ ଇନଡୋର ଗେମ ଇତ୍ୟାଦିର ବ୍ୟବସ୍ଥା ରଖାଯାଇଥିବା ସଂପର୍କରେ ସୂଚନା ଦିଅଯାଇଛି।

Leave A Reply

Your email address will not be published.