ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ପହିଲାରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

0

ମୟୁରଭଞ୍ଜ; ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ସକାଳ ୬ଟାରୁ ଅପରାହ୍ନ ୪ଟା ଯାଏ ମଜା ନେବେ ପର୍ଯ୍ୟଟକ । ବନ୍ୟଜନ୍ତୁଙ୍କୁ ପାଖରେ ଦେଖିବା ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ନେଇ ପାରିବେ ଦର୍ଶକ । ନଭେମ୍ବର ୧ ତାରିଖରୁ ଶିମିଳିପାଳ ଖୋଲିବା ନେଇ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସୂଚନା ଦେଇଛନ୍ତି ।

ସେପଟେ ଶିମିଳିପାଳ ଅଭୟାରଣ୍ୟକୁ ବୁଲିଯାଉଥିବା ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ କିଛି ସ୍ଵତନ୍ତ୍ର ନିୟମକାନୁନ ବ୍ୟବସ୍ଥା ରଖାଯାଇଛି । ଚଳିତ ବର୍ଷ ଶିମିଳିପାଳ ଭିତରେ ପଲିଥିନ୍‌ ବ୍ୟାନ୍‌ କରାଯାଇଛି । ଶାଳପତ୍ର ଖୋଲି ଓ ଚଉପତି ନେବାକୁ ଯୋଜନା କରିଛନ୍ତି ଶିମିଳିପାଳ କର୍ତ୍ତୁପକ୍ଷ । ଶିମିଳିପାଳ ଅଭୟାରଣ୍ୟ ଭିତରେ 5ଟି ଇକୋଟୁରିଜିମ କପ୍ଲେକ୍ସ ଯଥା ରାମତୀର୍ଥ, ଗୁଡୁଗୁଡିଆ, କୁମାରୀ, ଜାମୁଅ।ଣି ଏବଂ ବରେହିପାଣି ରେ ରାତ୍ରୀ ରହଣୀର ବ୍ୟବସ୍ଥା ରଖାଯାଇଛି । ରାତ୍ରୀଯାପନ କରିବାକୁ ଚାହୁଁଥିବା ପର୍ଯ୍ୟଟକମାନେ ଅନଲାଇନରେ ବୁକିଂ କରି ଏହାର ସୁବିଧା ନେଇପାରିବେ ।

ଚଳିତ ବର୍ଷ ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳରେ ମଜା ନେବାକୁ ସାଇକେଲ ରାଇଡିଂ ଏବଂ ପିଲାମାନଙ୍କ ପାଇଁ ଇନଡୋର ଗେମ ଇତ୍ୟାଦିର ବ୍ୟବସ୍ଥା ରଖାଯାଇଥିବା ସଂପର୍କରେ ସୂଚନା ଦିଅଯାଇଛି।

Leave A Reply

Your email address will not be published.