ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଫେରିବ କି କରୋନା ?

0

ମୁମ୍ବାଇ: ପୁଣି ବଢ଼ିଲା କରୋନା ସଂକ୍ରମଣ। ମହାରାଷ୍ଟ୍ର ଓ କେରଳ ଭଳି ରାଜ୍ୟରେ ସଂକ୍ରମଣ ବଢୁଥିବା ଦେଖିବାକୁ ମିଳିଛି ।। ଏହାକୁ ଦୃଷ୍ଟିରେ ରଖି ସରକାର ଆଡଭାଇଜରୀ ଜାରି କରିଛନ୍ତି। ପୁଣେ ପରେ ଏବେ ମୁମ୍ବାଇରେ କରୋନାର ନୂଆ ଭାରିଏଣ୍ଟ ଏକ୍ସବିବି ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏଥିଲାଗି ବିଶେଷଜ୍ଞମାନେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

ମୁମ୍ବାଇରେ ଗତ ତିନି ଦିନ ହେଲା ୧୫୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ଆଉ ସେମାନଙ୍କ ଭିତରୁ ପାଖାପାଖି ପ୍ରତିଦିନ ୧୦ ଜଣ ଲୋକ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଶୁକ୍ରବାର ମହାରାଷ୍ଟ୍ରରେ ମୋଟ ୪୭୭ ନୂଆ କୋଭିଡ୍ ମାମଲା ସାମ୍ନାକୁ ଆସିଥିଲା। ଯେଉଁଥିରେ କେବଳ ମୁମ୍ବାଇରୁ ହିଁ ୧୭୮ଟି ମାମଲା ଚିହ୍ନଟ ହୋଇଥିଲା।ମହାରାଷ୍ଟ୍ରରେ କୋଭିଡର ନୂଆ ଏକ୍ସବିବି ସବ୍-ଭାରିଆଣ୍ଟ ସଂକ୍ରମିତ ମଧ୍ୟ ଚିହ୍ନଟ ହୋଇଛନ୍ତି ।ଏଣୁ ଲୋକମାନଙ୍କୁ ସତର୍କ ରହିବାକୁ ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି।

Leave A Reply

Your email address will not be published.