ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ନବୀନ

0

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ୍ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି ଡର୍ମିଟୋରୀ ମୁମ୍ବାଇରେ କ୍ୟାନ୍ସର ଭଳି ଦୂରାରୋଗ୍ୟ ବ୍ୟାଧିର ଚିକିତ୍ସା ନିମନ୍ତେ ଆସୁଥିବା ଓଡିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ରହିଛି ।

ସରକାରଙ୍କ ତରଫରୁ ରିହାତି ମୂଲ୍ୟରେ ଯୋଗାଇ ଦିଆଯାଉଥିବା ଏହି ରହଣି ସୁବିଧା ଦ୍ୱାରା ଓଡିଶାର ଆର୍ଥିକ ଦୁର୍ବଳ ଶ୍ରେଣୀର ରୋଗୀମାନେ ବିଶେଷଭାବେ ଉପକୃତ ହୋଇ ଆସୁଛନ୍ତି । ତେବେ ମୁମ୍ବାଇ ଓଡିଶା ଭବନରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା । ସେମାନଙ୍କର ଦାବିକୁ ସମ୍ମାନ ଜଣାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି ଅବସରରେ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଞ୍ଜୀବ ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି. କେ. ପାଣ୍ଡିଆନ, ନିର୍ମାଣ ବିଭାଗ ଓ ଇଡ୍‌କୋର ଅଧିକାରୀ ବୃନ୍ଦ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ ।

ଉଲ୍ଲେଖଯୋଗ୍ୟ ଯେ ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇଦେବା ଉଦ୍ଦେଶ୍ୟରେ ଓଡିଶା ଭବନ, ମୁମ୍ବାଇ କାର୍ଯ୍ୟକରୁଅଛି । ଓଡିଶା ଭବନ, ମୁମ୍ବାଇର ଏହି ସଂପ୍ରସାରଣ ପୂର୍ଣ୍ଣ ହେଲେ ମୁମ୍ବାଇ ଭଳି ବ୍ୟୟବହୁଳ ସହରରେ ଅଧିକ କ୍ୟାନ୍ସର ପୀଡିତଙ୍କୁ ସ୍ୱଳ୍ପ ମୂଲ୍ୟରେ ରହଣି ଯୋଗାଇଦିଆଯାଇ ପାରିବ । ଏଥି ନିମନ୍ତେ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

Leave A Reply

Your email address will not be published.