ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ୟୁକ୍ରେନ୍ ଛାଡ଼ିବାକୁ ଭାରତୀୟଙ୍କୁ ଚେତାବନୀ

0

ନୂଆଦିଲ୍ଲୀ; ଉଗ୍ର ରୂପ ଧାରଣ କରୁଛି ଋଷ-ୟୁକ୍ରେନ ଯୁଦ୍ଧ । ୟୁକ୍ରେନରେ ଯୁଦ୍ଧସ୍ଥିତି ଗମ୍ଭୀର ହେଉଥିବାରୁ ଭାରତୀୟ ନାଗରିକଙ୍କୁ ଅତିଶୀଘ୍ର ଦେଶ ଛାଡିବାକୁ ପରାମର୍ଶ ଦିଆଯାଇଛି । ଏଭଳି ଆଡଭାଇଜରୀ ଜାରି କରିଛି ଭାରତୀୟ ଦୂତାବାସ । ଅନ୍ୟପଟେ ସେଠାରେ ରହୁଥିବା ଭାରତୀୟ ନାଗରିକଙ୍କୁ ଅନାବଶ୍ୟକ ଯାତ୍ରା କରିବାକୁ ବାରଣ କରାଯାଇଛି । ଏଥିସହିତ ସେଠାକାର ସରକାର ଏବଂ ସ୍ଥାନୀୟ ଅଧିକାରୀଙ୍କ ଦ୍ୱାରା ଜାରି କରାଯାଇଥିବା ସମସ୍ତ ସୁରକ୍ଷା ନିୟମ ପାଳନ କରିବାକୁ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି ।

ୟୁକ୍ରେନର ରାଜଧାନୀ କିଭ ଉପରେ ବଡ ଧରଣର ଆକ୍ରମଣ ଆଶଙ୍କା ଥିବାରୁ ନାଗରିକଙ୍କୁ ସତର୍କ ରହିବାକୁ କୁହାଯାଇଛି।ଏଥିସହ ବର୍ତ୍ତମାନ ପରିସ୍ଥିତିରେ ୟୁକ୍ରେନ୍ ଯାତ୍ରା ନକରିବାକୁ ପରାମର୍ଶ ଦେଇଛନ୍ତି ସରକାର। ଗତ ଫେବ୍ରୁଆରୀରେ ଯୁଦ୍ଧ ଆରମ୍ଭରୁ ୟୁକ୍ରେନ୍ ରାଜଧାନୀ କିଭ୍ ଉପରେ ରୁଷ ଘନ ଘନ ମିସାଇଲ ମାଡ କରିଥିଲା । ଏହାର ପ୍ରତି ଜବାବ ଦେଉଛି ୟୁକ୍ରେନ୍ । ରୁଷ ସେନା ଉପରେ ସିରିଜ୍ ଡ୍ରୋନ୍ ଆକ୍ରମଣ କରିଛି ୟୁକ୍ରେନ୍। ସେହିପରି ରୁଷ ମଧ୍ୟ କାମିକାଜେ ଡ୍ରୋନ୍‌ରେ ମାଧ୍ୟମରେ ଆକ୍ରମଣ ଜାରି ରଖିଛି। ଏଥିରେ ୟୁକ୍ରେନ୍‌ରେ ଅନେକ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ମାଣ ଧ୍ୱଂଶ ହୋଇଯାଇଛି।

Leave A Reply

Your email address will not be published.