ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ୟୁକ୍ରେନ୍ ଛାଡ଼ିବାକୁ ଭାରତୀୟଙ୍କୁ ଚେତାବନୀ

0

ନୂଆଦିଲ୍ଲୀ; ଉଗ୍ର ରୂପ ଧାରଣ କରୁଛି ଋଷ-ୟୁକ୍ରେନ ଯୁଦ୍ଧ । ୟୁକ୍ରେନରେ ଯୁଦ୍ଧସ୍ଥିତି ଗମ୍ଭୀର ହେଉଥିବାରୁ ଭାରତୀୟ ନାଗରିକଙ୍କୁ ଅତିଶୀଘ୍ର ଦେଶ ଛାଡିବାକୁ ପରାମର୍ଶ ଦିଆଯାଇଛି । ଏଭଳି ଆଡଭାଇଜରୀ ଜାରି କରିଛି ଭାରତୀୟ ଦୂତାବାସ । ଅନ୍ୟପଟେ ସେଠାରେ ରହୁଥିବା ଭାରତୀୟ ନାଗରିକଙ୍କୁ ଅନାବଶ୍ୟକ ଯାତ୍ରା କରିବାକୁ ବାରଣ କରାଯାଇଛି । ଏଥିସହିତ ସେଠାକାର ସରକାର ଏବଂ ସ୍ଥାନୀୟ ଅଧିକାରୀଙ୍କ ଦ୍ୱାରା ଜାରି କରାଯାଇଥିବା ସମସ୍ତ ସୁରକ୍ଷା ନିୟମ ପାଳନ କରିବାକୁ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି ।

ୟୁକ୍ରେନର ରାଜଧାନୀ କିଭ ଉପରେ ବଡ ଧରଣର ଆକ୍ରମଣ ଆଶଙ୍କା ଥିବାରୁ ନାଗରିକଙ୍କୁ ସତର୍କ ରହିବାକୁ କୁହାଯାଇଛି।ଏଥିସହ ବର୍ତ୍ତମାନ ପରିସ୍ଥିତିରେ ୟୁକ୍ରେନ୍ ଯାତ୍ରା ନକରିବାକୁ ପରାମର୍ଶ ଦେଇଛନ୍ତି ସରକାର। ଗତ ଫେବ୍ରୁଆରୀରେ ଯୁଦ୍ଧ ଆରମ୍ଭରୁ ୟୁକ୍ରେନ୍ ରାଜଧାନୀ କିଭ୍ ଉପରେ ରୁଷ ଘନ ଘନ ମିସାଇଲ ମାଡ କରିଥିଲା । ଏହାର ପ୍ରତି ଜବାବ ଦେଉଛି ୟୁକ୍ରେନ୍ । ରୁଷ ସେନା ଉପରେ ସିରିଜ୍ ଡ୍ରୋନ୍ ଆକ୍ରମଣ କରିଛି ୟୁକ୍ରେନ୍। ସେହିପରି ରୁଷ ମଧ୍ୟ କାମିକାଜେ ଡ୍ରୋନ୍‌ରେ ମାଧ୍ୟମରେ ଆକ୍ରମଣ ଜାରି ରଖିଛି। ଏଥିରେ ୟୁକ୍ରେନ୍‌ରେ ଅନେକ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ମାଣ ଧ୍ୱଂଶ ହୋଇଯାଇଛି।

Leave A Reply

Your email address will not be published.